ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୯ ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୧ା୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ ନୂଆ ଓଡ଼ିଶା ଯୋଜନାକୁ ମଞ୍ଜୁରୀ ମିଳିଛି। ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରୀଛାତ୍ରଙ୍କ ପାଇଁ ଆଡ୍‌ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷିତ ଯୁବପିଢ଼ିଙ୍କ ପାଇଁ ଡିଜିଟାଲ-ଇ ପାଠ୍ୟକ୍ରମ ରଖାଯିବ। ଆସନ୍ତା ୩ ବର୍ଷ ମଧ୍ୟରେ ୧ ଲକ୍ଷ ଯୁବତୀ/ଯୁବକଙ୍କୁ ଦକ୍ଷ କରାଯିବା ନେଇ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏଥିପାଇଁ ୩୮୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ କରାଯାଇଛି। ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗକୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସହାୟକ ହେବ। ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନା ଉପରେ ମଧ୍ୟ ମୋହର ଲାଗିଛି। ଓଡ଼ିଶା ମୋବାଇଲ ଟାଓ୍ବାର ଓ ଟେଲିଗ୍ରାଫ୍‌ ନୀତିରେ ସଂଶୋଧନକୁ ମଞ୍ଜୁରୀ ମିଳିଥିବା ବେଳେ ବ୍ୟାଙ୍କ ଶାଖା ନ ଥିବା ପଞ୍ଚାୟତକୁ ବ୍ୟାଙ୍କିଙ୍ଗ ସୁବିଧା ଯୋଗାଇ ଦିଆଯିବ। ରାଜ୍ୟର ୪୩୭୩ ପଞ୍ଚାୟତରେ ସିଏସ୍‌ପି ପ୍ଲସ୍‌ ବ୍ୟାଙ୍କିଙ୍ଗ ଆଉଟଲେଟ୍‌ ଖୋଲିବା ପ୍ରସ୍ତାବ ଉପରେ ମୋହର ବାଜିଛି। ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ପାନୀୟ ଜଳ ପ୍ରକଳ୍ପ ହେବା ନେଇ ଅନୁମୋଦିତ ହୋଇଛି। ସେହିପରି ନାଇଜର ପରିସରରେ କ୍ୟାନ୍‌ସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏନେଇ ୪୮.୮୪୨ ଏକର ଜମି ସରକାର ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri