ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ: ବାତ୍ୟା ପହଞ୍ଚିବା ପୂର୍ବରୁ…

ଭୁବନେଶ୍ୱର,୨୧।୧୦: ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁ ସହିତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

ଏପଟେ ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି। ଜିରୋ କାଜୁଆଲିଟି’ ନିଶ୍ଚିତ ଭାବେ ରହିବ। ଜିରୋ କାଜୁଆଲିଟି ଆମ ମିଶନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

 

Share