ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି

ଭୁବନେଶ୍ୱର,୨୨।୧୦: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳା କର୍ମଚାରୀମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସତନ୍ତ୍ର ସାମୟିକ ଛୁଟି ( Special CL) ସହିତ ପାଇ ପାରିବେ । ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳାମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି ।

Share