ପୁରୀରେ ଖୋଲିଲା ରାଜ୍ୟର ପ୍ରଥମ ‘ହୋମ୍‌ ଷ୍ଟେ’

ପୁରୀ,୧୩ା୩(ଅଜିତ୍‌ ମହାନ୍ତି): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ସହଯୋଗିତାରେ ଓୟୋ ରୁମ୍ସ ପକ୍ଷରୁ ମଙ୍ଗଳବାର ରାଜ୍ୟରେ ପ୍ରଥମ ‘ହୋମ୍‌ ଷ୍ଟେ’ ହୋଟେଲ ସେବା ଆରମ୍ଭ ହୋଇଛି। ଏହି ସେବାକୁ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଉଦଘାଟନ କରିଛନ୍ତି। ପୁରୀର ସାରଦା ଦେବୀ ରୋଡରେ ଓୟୋ ସୁଶିଳା ନିବାସରେ ‘ହୋମ୍‌ ଷ୍ଟେ’ ସେବା ଖୋଲିଛି। ପୁରୀକୁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନେ ଏଠାରେ ସୁବିଧାରେ ରହିପାରିବେ। ଆଗାମୀ ଦିନରେ ଓୟୋ ପକ୍ଷରୁ ପୁରୀ ଓ କୋଣାର୍କ ଭଳି ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳରେ ୫୦ଟି ହୋମ୍‌ ଷ୍ଟେ ସେବା ଖୋଲିବାକୁ ଯାଉଛି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଏସ୍‌ଡିଏ ଏବଂ ଓୟୋ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିଲା। ଏହି ବୁଝାମଣା ଅନୁଯାୟୀ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ ବିଭିନ୍ନ ‘ହୋମ୍‌ ଷ୍ଟେ’ ପାଇଁ ଦକ୍ଷ ମାନବ ସମ୍ବଳ ଯୋଗାଇ ଦେବାକୁ ନିଷ୍ପତ୍ତି ହୋଇଥିଲା।
ପ୍ରତିଦିନ ବହୁ ଭକ୍ତ ଓ ପର୍ଯ୍ୟଟକ ଆସିଥାନ୍ତି। ଓଏସ୍‌ଡିଏ ସହଯୋଗ କ୍ରମେ ଓୟୋ ପକ୍ଷରୁ ଆରମ୍ଭ ହୋଇଥିବା ଏହି ହୋମ୍‌ ଷ୍ଟେ ସେବା ପର୍ଯ୍ୟଟକଙ୍କ ପାଇଁ ବିଶେଷ ସୁବିଧାଜନକ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନରେ ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଲାଗି ଯେଉଁ କାର୍ଯ୍ୟକ୍ରମ କରାଯାଉଛି, ସେଥିରେ ତାଲିମପ୍ରାପ୍ତ ଯୁବତୀ ଯୁବକମାନେ ଏହି ‘ହୋମ୍‌ ଷ୍ଟେ’ରେ ନିଯୁକ୍ତି ପାଇପାରିବେ ବୋଲି ମନ୍ତ୍ରୀ ବେହେରା କହିଛନ୍ତି। ପ୍ରଥମ ହୋମ୍‌ ଷ୍ଟେ ଲାଗି ଆଗେଇ ଆସିଥିବା ସୁଶିଳା ନିବାସର ମାଲିକ ଓ ତାଙ୍କ ପରିବାରକୁ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ଅଳକା ମିଶ୍ର ଅଭିନନ୍ଦନ ଜଣାଇଛନ୍ତି। ଆଗାମୀ ଦିନରେ ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଓୟୋ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୫୦ଟି ହୋମ୍‌ ଷ୍ଟେ ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କମ୍ପାନୀର ଷ୍ଟ୍ରାଟେଜିକ୍‌ ଆଲିଆନ୍ସ ମୁଖ୍ୟ ନିତିନ ଠାକୁର ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ଓୟୋର ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ସୁଶିଳା ନିବାସର ମାଲିକ ଓ ପରିବାରବର୍ଗ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri