୨ ବର୍ଷ ୧୦ ମାସର ପ୍ରତୀକ୍ଷା ପରେ ଦର୍ପଣଗଡ଼ ଫେରିଲା ମା’ କୋଟ୍ରାକ୍ଷୀଙ୍କ ମୂର୍ତ୍ତି

ଚଣ୍ଡିଖୋଲ,୧୧ା୧୧(ପ୍ରଦୀପ୍ତ କୁମାର ପୃଷ୍ଟି): ଦୀର୍ଘ ୨ ବର୍ଷ ୧୦ ମାସର ପ୍ରତୀକ୍ଷା ପରେ ଶୁକ୍ରବାର ମା’କୋଟ୍ରାକ୍ଷୀଙ୍କ ମୂର୍ତ୍ତି ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଦର୍ପଣଗଡ଼ ଗ୍ରାମକୁ ଫେରିଛି। ଏହାପରେ ଗ୍ରାମରେ ଆନନ୍ଦର ଲହରି ଖେଳିଯାଇଛି। ଗୁରୁବାର ଦିଲ୍ଲୀରେ ମା’ଙ୍କ ମୂର୍ତ୍ତିକୁ ହସ୍ତାନ୍ତର ପରେ ଯାଜପୁର ପୋଲିସ ଓ ଦର୍ପଣ ସରପଞ୍ଚଙ୍କ ନେତୃତ୍ୱରେ ଯାଇଥିବା ଟିମ୍‌ ମୂର୍ତ୍ତି ଧରି ଫେରିଛନ୍ତି। ସେମାନେ ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇ ବଡ଼ଚଣା ଥାନାକୁ ଆସିଥିଲେ। ଥାନାରେ ପୋଲିସ ଗ୍ରାମବାସୀଙ୍କୁ ମୂର୍ତ୍ତି ହସ୍ତାନ୍ତର କରିଥିଲା। ପରେ ସେଠାରୁ ଏକ ଶୋଭାଯାତ୍ରାରେ ମା’ଙ୍କୁ ଦର୍ପଣ ଗ୍ରାମକୁ ନିଆଯାଇଥିଲା। ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ, ଜିଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳ, ଜିଲା ପରିଷଦ ସଭ୍ୟ ଅରବିନ୍ଦ ସାମଲ, ଯଚୀନ୍ଦ୍ର କୁମାର ନାୟକ, ପଞ୍ଚାୟତ ସମିତି ଅଧ୍ୟକ୍ଷା ମିନତି ସେନାପତି ପ୍ରମୁଖ ବଡ଼ଚଣା ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ରଙ୍କଠାରୁ ମୂର୍ତ୍ତିକୁ ଗ୍ରହଣ କରିଥିଲେ। ପରେ ସେଠାରୁ ବାଜା, ବାଣ ଓ ରୋଶଣି କରାଯାଇ ମୂର୍ତ୍ତି ଅଣାଯାଇଥିଲା। ଏଥିରେ ବହୁ କୀର୍ତ୍ତନମଣ୍ଡଳୀ ମଧ୍ୟ ସାମିଲ ହୋଇଥିଲେ। ହଜାରହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ବିରାଟ ଶୋଭାଯାତ୍ରାରେ ମା’ଙ୍କ ମୂର୍ତ୍ତିକୁ ନେଇ ଗ୍ରାମ ପରିକ୍ରମା କରାଇ ମନ୍ଦିରକୁ ନେଇଥିଲେ।
ଜାନୁୟାରୀ ୧୦ରେ ଦର୍ପଣ ଗଡ଼ ଗ୍ରାମର ଗ୍ରାମଦେବତୀ ମା’ କୋଟ୍ରାକ୍ଷୀଙ୍କ ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଚୋରି ହୋଇଯାଇଥିଲା। ବହୁ ପ୍ରଚେଷ୍ଟା ସତ୍ତ୍ୱେ ବଡ଼ଚଣା ପୋଲିସ ମୂର୍ତ୍ତିଠାବ କରିବାରେ ବିଫଳ ହୋଇଥିଲା। ୨୦୨୨ ନଭେମ୍ବରରେ ମୂର୍ତ୍ତିଟି ଦିଲ୍ଲୀ ବିମାନ ବନ୍ଦରରେ ଧରା ପଡ଼ିଥିଲା। କଷ୍ଟମ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଯାଜପୁର ପୋଲିସକୁ ସୂଚନା ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ୟମକ୍ରମେ ମୂର୍ତ୍ତି ଫେରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।...

କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…

କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ...

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ...

ସାନଖେମୁଣ୍ଡିରେ ଅନାସ୍ଥାକୁ ନେଇ ରାଜନୈତିକ ଛକାପଞ୍ଝା, ନାଏବ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଦିଗପହଣ୍ଡି,୨୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ...

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ...

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri