ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…

ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ରାଜ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ଯୁବନେତା ସୀତାରାମ ପାଣିଗ୍ରାହୀ, ଜୟନାରାୟଣ ଦାଶ, ଜିଲା ସମ୍ପାଦକ ଅନିଲ କୁମାର ପଣ୍ଡା ପ୍ରମୁଖ ଶୁକ୍ରବାର ରାତିରେ ଆସି ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏହାସହ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓ ପ୍ରଶାସନିକ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଯେପରି ମନ୍ଦିର ସୁରକ୍ଷା ରହିବ ସେଥିନେଇ ପଦକ୍ଷେପ ନେବାକୁ ପରାମର୍ଶମାନ ଦେଇଛନ୍ତି।
ଏହି ଅବସରରେ ମନ୍ତ୍ରୀ ଜେନା ମା’ଙ୍କ ମନ୍ଦିରରୁ ଚୋରି ହେବା ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରି କହିଛନ୍ତି ଯେ, ମନ୍ଦିରକୁ ନେଇ ହୀନ ରାଜନୀତି କରନ୍ତୁ ନାହିଁ। ବିରୋଧୀମାନେ କମିଟି ଆଳରେ ଆସି ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ସାଧାରଣରେ ଗ୍ରହଣୀୟ ନୁହେଁ। ମା’ ଙ୍କ ଚୋରିଯିବାବେଳେ ଏହାକୁ ନେଇ ନାଟକବାଜି କରି ରାଜନୀତି କରିବା ଠିକ୍‌ ନୁହଁ। ମନ୍ଦିରର ସୁରକ୍ଷା ସମସ୍ତଙ୍କ ଦାୟିତ୍ୱ ଅଟେ। ବର୍ତ୍ତମାନ ଏଭଳି ବ୍ୟବସ୍ଥା କରାଯିବ। ଯେପରି ଭବିଷ୍ୟତରେ ଆଉ କେହି ଏଭଳି କାର୍ଯ୍ୟ କରିବାକୁ ସାହାସ କରିବେ ନାହିଁ। ସେଥିନେଇ ପଦକ୍ଷେପ ନିଆଯିବା ସହ ପୋଲିସ ପକ୍ଷରୁ ତଦନ୍ତ ଚାଲିଛି। ଖୁବ୍‌ଶୀଘ୍ର ଚୋରମାନେ ଧରାପଡ଼ିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri