Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ଉତ୍ସାହ

ଭୁବନେଶ୍ୱର,୨।୧୧: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ଗୁରୁବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୪୯୦ (୪୮୯.୫୭) ପଏଣ୍ଟ ବଢି ୬୪,୦୮୧ (୬୪,୦୮୦.୯୦) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ରେ ମଧ୍ୟ ୧୪୪ (୧୪୪.୧୦) ପଏଣ୍ଟ ବୃଦ୍ଧି ଘଟି ୧୯,୧୩୩ (୧୯,୧୩୩.୨୫) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ, ସ୍ମଲ୍‌ କ୍ୟାପ୍‌ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଥିଲା। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ପରିବର୍ତ୍ତନ ଘଟିଛି।

Share