ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ ରାତି ଯାଏ ମୃତକଙ୍କ ପରିବାର ବର୍ଗ ଓ ସମ୍ପର୍କୀୟ ରାସ୍ତା ଅବରୋଧ କରିଥିଲେ।

ଏହାର ସମାଧାନ ନ ହେବାରୁ ଆନ୍ଦୋଳନକାରୀ ଆଇନକୁ ହାତକୁ ନେଇ ଥାନା ପରିସରରେ ଥିବା ମୁଖ୍ୟ ଫାଟକର ତାଲା ଭାଙ୍ଗିବା ସହ ପଥର ମାଡ଼ କରିଥିଲେ। ଏଥିଯୋଗୁ ଥାନାର ଝରକା କାଚ ଭାଙ୍ଗିବା ସହିତ ଜଣେ ଏସ୍‌ଆଇ ଓ କନଷ୍ଟେବଳ ଆହତ ହୋଇଥିଲେ। ତେବେ ପୋଲିସକୁ ପଥର ମାଡ଼ ଆନ୍ଦୋଳନକାରୀଙ୍କୁ ମହଙ୍ଗା ପଡିଛି। ଶନିବାର ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୪୩/୨୫) ରୁଜୁ କରି ଏଥିରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସେମାନେ ହେଲେ ଥୁଆମୂଳ ରାମପୁର ଥାନା ଡୁମେରପଦର ଗ୍ରାମର ନିଧନ ନାଏକ, ନେପାଳ ନାଏକ, ଟିବୁ ନାଏକ, ଲକ୍ଷ୍ମୀ କାନ୍ତ ନାଏକ ଓ ଚକ୍ରଧର ନାଏକ। ତେବେ ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିବା ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠ ସୂଚନା ଦେଇଛନ୍ତି।

ଏହାସହିତ ଡୁମେରପଦର ଗ୍ରାମ ବିରମଲଗୁଡା ପଡାର ଅନ୍ୟ ୩୦ଜଣଙ୍କ ନାମରେ ମାମଲା ରୁଜୁ କରାଯାଇ ଚିହ୍ନଟ ପ୍ରକ୍ରିୟା ଜାରି ରହିଥିବା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଗତ ରବିବାର ଡୁମେରପଦର ଗ୍ରାମର ଫିରୋଜ ନାଏକ ଓ ଦୀପେନ୍ଦ୍ର ନାଏକ ଏକ ବାଇକ୍‌ରେ ଘରକୁ ଯାଉଥିବା ବେଳେ ଲାଠିଆଗୁଡ଼ା ଛକ ନିକଟରେ ଅନ୍ୟ ଏକ ବାଇକ ସହ ଧକ୍କା ହୋଇଥିଲା।

ଏଥିରେ ଫିରୋଜ ଗୁରୁତର ହୋଇ ଚିକତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଦୀପେନ୍ଦ୍ର ଗୁରୁତର ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତ ଓ ଆହତଙ୍କ ପରିବାର ଲୋକେ କ୍ଷତିପୂରଣ ଦାବିନେଇ ଥାନା ଘେରାଉ ସହ ରାସ୍ତା ଅବରୋଧ କରିଥିଲେ। ପରେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ସ୍ଥାନୀୟ ଅତିରିକ୍ତ ମାଜିଷ୍ଟେଟ (ତହସିଲଦାର) ନିରୋଜ କୁମାର ଭତ୍ରା ଓ ବିଡ଼ିଓ ଧ୍ରୁବ ଚରଣ ମୁଦୁଲି ଥାନାରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ସମାଧାନ ହୋଇ ନ ଥିଲା। ପରେ ଘଟଣା ଉଗ୍ରରୂପ ନେଇଥିଲା। ଆନ୍ଦୋଳନ କାରୀ ଉତ୍ତ୍ୟକ୍ତ ହୋଇ ଥାନା ଉପରକୁ ପଥର ମାଡ଼ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri