Posted inଜାତୀୟ

ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେଉ: ରାଜ୍ୟପାଳ

କୋଲକାତା, ୧୭।୬ (ପି.ଟି.): ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବନ୍ଦ ହେବା ଜରୁରୀ ବୋଲି ରାଜ୍ୟପାଳ ଡ. ସି.ଭି. ଆନନ୍ଦ ବୋଷ ଶୁକ୍ରବାର କହିଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଭିନ୍ନ ସ୍ଥାନରେ ହିଂସାକାଣ୍ଡ ଘଟୁଛି। ଦିନକ ପୂର୍ବରୁ ଭାଙ୍ଗୋରରେ ଦୁଇ ରାଜନୈତିକ ଦଳର କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଭାଙ୍ଗୋରକୁ ଗସ୍ତରେ ଯାଇଥିବା ରାଜ୍ୟପାଳ କହିଛନ୍ତି, ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛନ୍ତି। ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ଅବାଞ୍ଛିତ ଘଟଣାମାନ ଘଟିଛି। କୌଣସି ହିଂସାକୁ ବରଦାସ୍ତ କରାଯିବନି, ଏହାକୁ ବନ୍ଦ କରିବାକୁ ହେବ ବୋଲି ରାଜ୍ୟପାଳ ଖବରଦାତା ସମ୍ମିଳନୀରେ କହିଛନ୍ତି। ପୂର୍ବରୁ ଦକ୍ଷିଣ ୨୪ ପ୍ରଗଣା ଜିଲାରେ ଭାଙ୍ଗୋରରେ ଇଣ୍ଡିଆନ୍‌ ସିକ୍ୟୁଲାର ଫ୍ରଣ୍ଟ (ଆଇଏସ୍‌ଏଫ୍‌) ଏବଂ ଶାସକ ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଅନ୍ୟପକ୍ଷରେ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଗୋଟିଏ ଦୁଇଟି ଘଟଣାକୁ ନେଇ ବିରୋଧୀ ଦଳ ପ୍ରସଙ୍ଗ କରିବାକୁ ଉଦ୍ୟମ କରୁଥିବାରୁ ମମତା ଏହାର ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ...

ଜିଲାସ୍ତରୀୟ ସ୍କାଉଟ୍ସ-ଗାଇଡସ କ୍ୟାମ୍ପୋରି ଉଦଘାଟିତ: ୧୨ଟି ବ୍ଲକର ୫୨୧ ଛାତ୍ରୀଛାତ୍ରଙ୍କ ଯୋଗଦାନ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାସ୍ତରୀୟ ସ୍କାଉଟ୍ସ ଏବଂ ଗାଇଡସ କ୍ୟାମ୍ପୋରିରି ସୋମବାର ଭଟଲି ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ଉଦଘାଟିତ ହୋଇଯାଇଛି । ବରଗଡ଼ ଜିଲା...

ଜନ ଅଭିଯୋଗ ଶୁଣାଣି ଶିବିର: ୫୯ ଅଭିଯୋଗ ପଞ୍ଜୀକୃତ

ବରଗଡ଼, ୭।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ...

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର...

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ...

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ...

ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି

ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ...

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image