Categories: ମେଟ୍ରୋ

୧୫ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ ଜିଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ନବରଙ୍ଗପୁର। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ପରିସ୍ଥିତି ଉପରେ ନଜର ରଖିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ କିଛିଦିନ ହେବ ରାଜ୍ୟର ବିଭିନ୍ନ ଭାଗରେ ଝଡ଼ବର୍ଷା ଲାଗିରହୁଛି। ଫଳରେ ଗ୍ରୀଷ୍ମ ପ୍ରକୋପ ହ୍ରାସ ପାଇଛି। ଶୁକ୍ରବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲ୍‌ସିୟସ୍‌ ତଳେ ରହିଛି।

Share