୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬ (ଅନିଲ ଦାସ): ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ସମଗ୍ର ରାଜ୍ୟକୁ କଲବଲ କରୁଛି। ନିଦାଘ ଗ୍ରୀଷ୍ମରୁ ମୁକ୍ତି ପାଇଁ ସମସ୍ତେ ମୌସୁମୀ ବର୍ଷାକୁ ଚାହିଁ ରହିଛନ୍ତି। ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ ହେଉଛି। ଆଜି ଆସିବ କାଲି ଆସିବ ହୋଇ ୧୧ ଦିନ ଗଡ଼ିଗଲାଣି। ରାଜ୍ୟକୁ ସ୍ବାଭାବିକ ଭାବେ ଜୁନ୍‌ ୧୦ ତାରିଖ ସୁଦ୍ଧା ମୌସୁମୀ ପ୍ରବେଶ କରିଥାଏ। ତେବେ ଚଳିତ ବର୍ଷ ୧୧ ଦିନ ବିଳମ୍ବ ହୋଇଥିଲେ ମଧ୍ୟ କେବେ ମୌସୁମୀ ଆଗମନ ହେବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। କେରଳରେ ମୌସୁମୀ ଜୁନ୍‌ ୮ ତାରିଖରେ ପ୍ରବେଶ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ଏହାର ୧୦ ଦିନ ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବା କଥା। ମାତ୍ର ଚଳିତ ବର୍ଷ ସେଥିରେ ବ୍ୟତିକ୍ରମ ଦେଖାଦେଇଛି। ମୌସୁମୀ ପାଇଁ ପାଗ ଅନୁକୂଳ ହେଉ ନ ଥିବାରୁ ତାହା ଆଗକୁ ବଢ଼ିପାରୁ ନାହିଁ। ତେବେ ଆସନ୍ତା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କହିଛନ୍ତି, ମଙ୍ଗଳବାର କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ମେଘ ବାଦଲ ଦେଖାଦେଇଛି । କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଦକ୍ଷିଣ ଦିଗରୁ ବାୟୁ ପ୍ରବାହିତ ହେଉଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବ ବୋଲି ଅନୁମାନ କରାଯାଉଛି।
କାଳବୈଶାଖୀଜନିତ ଝଡ଼ବର୍ଷା ଯୋଗୁ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସପାଇଛି। ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୨.୧, ଝାରସୁଗୁଡ଼ା ୪୨, ସୋନପୁର ୪୧.୮, ସୁନ୍ଦରଗଡ଼ ୪୧, ହୀରାକୁଦ ୪୧.୯, ବଲାଙ୍ଗୀର ୪୧.୨, ବାରିପଦା ୪୦, ଭବାନୀପାଟଣା ୪୦ ଏବଂ ବରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ପ୍ରାକ୍‌ ମୌସୁମୀକୁ ଦୃଷ୍ଟିରେ ରଖି ଗତ କିଛିଦିନ ହେବ ହିଟ୍‌ଓ୍ବେଭକୁ ପାଣିପାଗ ବିଭାଗ ପକ୍ଷରୁ ଉଠାଇ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri