Categories: ରାଜ୍ୟ

ଆସୁଛି ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୮ା୩:   ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢ଼େଙ୍କାନାଳ ଓ ଦେବଗଡ଼କୁ ୟେଲୋ ଓ୍ବାର୍ନିଂ ରହିଛି। ୧୯ ତାରିଖ ଅପରାହ୍ନ ବେଳକୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷାର ସମ୍ଭାବନା ରହିଛି। ୪୦-୫୦ କି.ମି. ବେଗରେ ପବନ ବୋହିବା ସହ ବର୍ଷା ହୋଇପାରେ। ଘଡ଼ଘଡ଼ି ବିଜୁଳି ପାଇଁ ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୨୦ ତାରିଖରେ ମଧ୍ୟ ଝଡ଼ବର୍ଷା ନେଇ ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଓ ୫ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।  ଘଡ଼ଘଡ଼ି ଓ ବିଜୁଳି ବିପଦରୁ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦିଆଯାଇଛି।

Share