ରଥ ଉପରେ ମୋବାଇଲ ମନା, ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୧୨।୭: ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କଡ଼ା ଚେତାବନୀ ଦେଇ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ।

ପହଣ୍ଡି ଅଘଟଣକୁ ନେଇ ଅରବିନ୍ଦ ପାଢ଼ୀ କହିଛନ୍ତି, ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ଅଣସେବାୟତ ରଥ ଉପରେ ମୋବାଇଲ ନେଉଥିବା ପରିଲକ୍ଷିତ ହେଉଛି। ଏଭଳି ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।

ଆଡ଼ପ ପହଣ୍ଡି ଅଘଟଣ ପରେ ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ଭି.ଭି. ଯାଦବଙ୍କୁ ରାଜ୍ୟ ସରକାର ଗୁରୁବାର ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଆଇଏଏସ୍‌ ଅଫିସର ଅରବିନ୍ଦ କୁମାର ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଭାବେ ନିଯୁକ୍ତି ଦିଆଯାଇଛି। ତେବେ ଦାୟିତ୍ୱ ମିଳିବା ପରେ ଆକ୍ସନ ମୋଡରେ ଅଛନ୍ତି ଅରବିନ୍ଦ ପାଢୀ।

Share