Categories: ଜାତୀୟ

ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଇମ୍ଫାଲ,୨୦ା୭: ମଣିପୁରରେ ୨ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରାଯାଇଛି। ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।

Share