ଜନସେବା କେନ୍ଦ୍ର ଆଧାର ଅପଡେଟ୍‌ ପାଇଁ ଅଧିକ ଟଙ୍କା ମାଗୁଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ, ଏହି ନମ୍ବରରେ କରନ୍ତୁ ଅଭିଯୋଗ

ଭୁବନେଶ୍ୱର, ୩।୯: ସୁଭଦ୍ରା ଯୋଜନାରେ ଆବେଦନ କରିବା ଲାଗି ରାଜ୍ୟର ସମସ୍ତ ଜନସେବା କେନ୍ଦ୍ରରେ ଅହେତୁକ ଭିଡ଼ ଦେଖିବାକୁ ମିଳୁଛି।
ଏନେଇ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ଆଧାର ଅଥେଣ୍ଟିକେସନ ହେଉଛି। ମୋବାଇଲ, ବାୟୋମେଟ୍ରିକ, ଫେସ୍‌, ଆଇରିସ ଜରିଆରେ ଅଥେଣ୍ଟିକେସନ କରାଯାଉଛି। କୌଣସିଟିରେ ବି ଅଥେଣ୍ଟିକେସନ ହେଲେ ଆଧାର ଅପଡେଟ୍‌ ଜରୁରୀ ନାହିଁ।”

ତେବେ ”ଜନସେବା କେନ୍ଦ୍ର ଆଧାର ଅପଡେଟ୍‌ ପାଇଁ ଅଧିକ ଟଙ୍କା ମାଗୁଥିଲେ ଜଣାଇବାକୁ ସେ କହିଛନ୍ତି। ନିର୍ଦ୍ଧାରିତ ଠାରୁ ଅଧିକ ଟଙ୍କା ମାଗୁଥିଲେ ଲୋକେ ୧୪୬୭୮ ନମ୍ବରରେ ଅଭିଯୋଗ କରିପାରିବେ।

ସେପଟେ ସୁଭଦ୍ରା ଯୋଜନା ପାଇଁ ରାଜ୍ୟ ସରକାର ଓ୍ବେବ୍‌ ପୋର୍ଟାଲ ଆରମ୍ଭ କରିଛନ୍ତି । ସୁଭଦ୍ରା ଯୋଜନାର ସମସ୍ତ ତଥ୍ୟ www.subhadra.odisha.gov.in ୱେବ୍‌ପୋର୍ଟାଲରୁ ଉପଲବ୍ଧ ହୋଇପାରିବ। ଉପମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏହି ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ମନ୍ତ୍ରୀ କହିଛନ୍ତି, ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଆବେଦନର ପ୍ରକ୍ରିୟା, ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ତା’ର ଉତ୍ତର ଏହି ପୋର୍ଟାଲରେ ଉପଲବ୍ଧ ଅଛି।

ଏହି ୱେବ୍‌ସାଇଟ୍‌ରେ ସମସ୍ତ ତଥ୍ୟ ଉଭୟ ଓଡ଼ିଆ ଓ ଇଂଲିଶ ଭାଷାରେ ଦିଆଯାଇଛି। ଏଥିସହ ଯୋଜନା ସମ୍ପର୍କରେ ଅଧିକ ସୂଚନା ପାଇଁ ରାଜ୍ୟ ସରକାର ୧୪୬୭୮ ଟୋଲ ଫ୍ରି ନମ୍ବର ଜାରି କରିଛନ୍ତି। ଏହି ଟୋଲ ଫ୍ରି ନମ୍ବର ସକାଳ ୬ଟାରୁ ରାତି ୧୦ ପର୍ଯ୍ୟନ୍ତ କାମ କରିବ। ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟାଳୟରେ ସେପ୍ଟେମ୍ବର ୪ ଅପରାହ୍ନରୁ ଫର୍ମ ଦାଖଲ କରାଯିବ। ଫର୍ମ ପୂରଣ କରି ଆଧାର କାର୍ଡ ନକଲ ସହ ଦାଖଲ କରିବେ। ମୋ ସେବା କେନ୍ଦ୍ର, ଜନସେବା କେନ୍ଦ୍ର କିମ୍ବା ଜିଲାପାଳଙ୍କ ନିର୍ଦ୍ଦେଶାନୁସାରେ ନିରୂପଣ କରାଯାଇଥିବା ସ୍ଥାନ ଓ କାର୍ଯ୍ୟାଳୟରୁ ଫର୍ମ ସଂଗ୍ରହ କରାଯିବ। ସମସ୍ତ ଯୋଗ୍ୟ ମହିଳାଙ୍କୁ ଏହି ଯୋଜନାର ଲାଭ ମିଳିବା ପର୍ଯ୍ୟନ୍ତ ପୋର୍ଟାଲ ଚାଲୁ ରହିବ। ଫର୍ମ ବଣ୍ଟନ ଓ ଦାଖଲ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେପ୍ଟେମ୍ବର ୧୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ରାର ପ୍ରଥମ କିସ୍ତି ମିଳିବ । ପ୍ରଧାନମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା...

Featured Video Play Icon

ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…

ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ...

ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍‌ଲାଇନ୍‌ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri