ଭାଜପାକୁ ଶକ୍ତ ଧକ୍କା: ବିଜେଡିର ମମତା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷା ନିର୍ବାଚିତ

ଭଞ୍ଜନଗର,୨୪।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଫଳାଫଳ ସୋମବାର ଘୋଷଣା ହୋଇଛି। ଏଥିରେ ବିଜେଡିର ବଡବୋରସିଙ୍ଗି ସମିତିସଭ୍ୟା ମମତା ଭୋଳ ନିର୍ବାଚିତ ହୋଇଛନ୍ତି। ସେ ଭାଜପାର ଗୀତାଞ୍ଜଳି ବିଶୋଇଙ୍କୁ ପରାସ୍ତ କରିଛନ୍ତି। ଫଳାଫଳ ଘୋଷଣା ପରେ ବିଜେଡି ମହଲରେ ଖୁସିର ଲହରୀ ଖେଳିଯାଇଛି। ଏଥିସହ ପୂର୍ବତନ ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ସୋରଡ଼ା ନିର୍ବାଚନ ମଣ୍ଡଳୀରେ ତାଙ୍କର ଦବଦବାକୁ ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି।
ମମତା ଅଧ୍ୟକ୍ଷା ନିର୍ବାଚିତ ହେବାପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୁର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ, ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ୨୦୨୨ ମସିହା ପଞ୍ଚାୟତ ନିର୍ବାଚନରେ ବେଲଗୁଣ୍ଠା ବ୍ଳକ ଅଧକ୍ଷ ଭାବେ ବ୍ଲକ ବିଜେଡି ସଭାପତି ପ୍ରଶାନ୍ତ କୁମାର ନାୟକ ନିର୍ବାଚିତ ହୋଇଥିଲେ। ସେ ଧୁମୁଛାଇ ପଞ୍ଚାୟତରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇ ବ୍ଳକ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ମାତ୍ର ଦେଢ ବର୍ଷ ଅଧକ୍ଷ ଭାବେ କାର୍ଯ୍ୟ କରିବା ପରେ ଗତ ବର୍ଷ ସେପ୍ଟେମ୍ବର ୫ ତାରିଖରେ ତାଙ୍କର ଅକାଳ ବିୟୋଗ ଘଟିଥିଲା। ଫଳରେ ଏହି ବ୍ଳକର ଉପାଧକ୍ଷା ପ୍ରମିଳା ପ୍ରଧାନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ତୁଲାଉଥିଲେ। ସେ ବିଜେଡି ସମର୍ଥନରେ ବ୍ଲକ ଉପାଧ୍ୟକ୍ଷ ନିର୍ବାଚିତ ହୋଇଥିଲେ ମଧ୍ୟ ରାଜ୍ୟ ଶାସନରେ କ୍ଷମତା ବଦଳିବା ପରେ ସେ ମଧ୍ୟ ବିଜେଡି ଛାଡି ଭାଜପା କୁ ଚାଲି ଯାଇଥିଲେ। ଏହିଭଳି ପରିସ୍ଥିତିରେ ଗତ ଜାନୁଆରୀ ୩୦ ତାରିଖରେ ୍ଯଯଯକ୍ଷ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିର୍ଦ୍ଧାରିତ ସମୟରେ ଅଧ୍ୟକ୍ଷା ପଦ ପାଇଁ ବିଜେଡିରୁ ବଡବୋରସିଂ ସମିତିସଭ୍ୟା ମମତା ଭୋଳ ଓ ଭାଜପାରୁ ଗାଙ୍ଗପୁର ସମିତିସଭ୍ୟା ଗୀତାଞ୍ଜଳି ବିଷୋୟୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଉଭୟ ପକ୍ଷ ନିଜ ନିଜ ପ୍ରାର୍ଥୀଙ୍କୁ ମତଦାନ କରିଥିଲେ। କିନ୍ତୁ କୋର୍ଟଙ୍କ ନିର୍ଦେଶନାମା ଅନୁଯାୟୀ, ଭୋଟ ଗଣତି କିମ୍ବା ଫଳାଫଳ ଉକ୍ତ ଦିନ ଘୋଷଣା ହୋଇପାରି ନ ଥିଲା। କଡା ସୁରକ୍ଷା ବଳୟ ମଧ୍ୟରେ ମତଦାନ ହୋଇଥିବା ବାଲଟ ବକ୍ସ ସିଲ କରି ଟ୍ରେଜେରୀରେ ରଖାଯାଇଥିଲା। ଫଳାଫଳ ଘୋଷଣା ବିଳମ୍ବ ଦେଖି ପୂର୍ବତନ ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ଗତ ଶୁକ୍ରବାର ଭଞ୍ଜନଗର ଉପ ଜିଲାପାଳ ଉମାଶଙ୍କର ବେହେରାଙ୍କୁ ଭେଟି ଫଳାଫଳ ଘୋଷଣା କରିବା ପାଇଁ ଦାବି କରିଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ଆଜି ଫଳାଫଳ ଘୋଷଣା ହୋଇଛି। ଉପନିର୍ବାଚନ ପାଇଁ ଉଭୟ ଦଳ ମଧ୍ୟରେ ପ୍ରବଳ ଭାବେ ବଳ କଷାକଷି ହୋଇଥିବା ବେଳେ ଫଳାଫଳକୁ ସମଗ୍ର ବ୍ଳକବାସୀ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଥିଲେ। ଆଜି ଫଳାଫଳ ଘୋଷଣା ସମୟରେ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଏହି ସମୟରେ ଭଞ୍ଜନଗର ଏସଡିପିଓ ସୁଜିତ୍‌ କୁମାର ନାୟକ, ବେଲଗୁଣ୍ଠା ଥାନା ଅଧିକାରୀ ବନବିହାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବୁଗୁଡ଼ା ତହସିଲଦାର ତାପସ ରାଉତ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri