ଜିଦ୍‌ରେ ଅଟଳ ନର୍ସିଂ କର୍ମଚାରୀ: ଆଜିଠୁ ସିରିଞ୍ଜ୍‌ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର, ୨୭ା୯(ବନ୍ଦନା ସେଠୀ):୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ଏସ୍‌ମା ଲାଗୁ ସତ୍ତ୍ୱେ ଜିଦ୍‌ରେ ଅଟଳ ରହିଛନ୍ତି ନର୍ସିଂ ଅଫିସର। ୨ଦିନର ଆନ୍ଦୋଳନ ପରେ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଶୁକ୍ରବାରଠାରୁ ଏହାକୁ ଜୋର୍‌ଦାର କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାରଠାରୁ କେବଳ ଜରୁରିକାଳୀନ ସେବା ଜାରି ରହିଥିଲା। ଶୁକ୍ରବାରଠାରୁ ଜରୁରିକାଳୀନ ସେବାକୁ ମଧ୍ୟ ବନ୍ଦ ରଖାଯିବ। ରାଜ୍ୟର ସମସ୍ତ ନର୍ସିଂ କର୍ମଚାରୀ କାମ ବନ୍ଦ କରି ଆନ୍ଦୋଳନ ଜାରି ରଖିବେ ବୋଲି ସଂଘ ସଭାନେତ୍ରୀ ସୁଚିସ୍ମିତା ଦାଶ ସୂଚନା ଦେଇଛନ୍ତି। ବୁଧବାର ସ୍ବାସ୍ଥ୍ୟ ସଚିବ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ହୋଇଥିବା ଆଲୋଚନାକୁ ନେଇ ସଂଘ ସନ୍ତୁଷ୍ଟ ନ ଥିବା କହିଛି। ତେଣୁ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରି ଆଲୋଚନା କରିବାକୁ ଦାବି କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀ କିମ୍ବା ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଆଲୋଚନାକୁ ଆସିବାକୁ ସଂଘ ଆହ୍ବାନ କରିଛି। ବାରମ୍ବାର ଦାବି ସତ୍ତ୍ୱେ ପଦକ୍ଷେପ ନିଆଯାଉ ନ ଥିବାରୁ ଏବେ ଯାହା ପରିଣାମ ହେବ ସେ ନେଇ ରାଜ୍ୟ ସରକାର ଦାୟୀ ରହିବେ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଏପଟେ ୩ ଦିନ ହେବ ନର୍ସିଂ କର୍ମଚାରୀ କାର୍ଯ୍ୟବନ୍ଦ କରିଥିବାରୁ ରାଜ୍ୟର ବିଭିନ୍ନ ମେଡିକାଲରେ ରୋଗୀ ସେବା ବ୍ୟାହତ ହୋଇଛି। ଏପରିସ୍ଥଳେ ଜରୁରିକାଳୀନ ସେବା ବନ୍ଦ କଲେ ରାଜ୍ୟରେ ସ୍ବାସ୍ଥ୍ୟ ବ୍ୟବସ୍ଥା ଭୁଶୁଡ଼ି ପଡିବ ବୋଲି ଆଶଙ୍କା ପ୍ରକାଶ ପାଇଛି।
ଅପରପକ୍ଷେ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଦାବି ପୂରଣ ପାଇଁ ଗୁରୁବାର ବିଭାଗସ୍ତରୀୟ ଆଲୋଚନା କରାଯାଇଥିଲା। ସରକାର ପରିସ୍ଥିତିର ଅନୁଧ୍ୟାନ କରି ସଂଘ ଦ୍ୱାରା ଉପସ୍ଥାପନ କରାଯାଇଥିବା ବିଭିନ୍ନ ଦାବି ଉପରେ ବିଚାରବିମର୍ଶ କରିବା ପାଇଁ ଏକ ଆନ୍ତଃବିଭାଗୀୟ କମିଟି ଗଠନ କରାଯିବ। ତେଣୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟସେବାର ଆବଶ୍ୟକତାକୁ ହୃଦୟଙ୍ଗମ କରି ଆନ୍ଦୋଳନକାରୀ ନର୍ସିଂ ଅଫିସରମାନେ ଆନ୍ଦୋଳରୁ ଓହରି କାର୍ଯ୍ୟରେ ଯୋଗଦେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି।...

‘ମୋତେ ଗେଟ୍‌ ଆଉଟ୍‌ କହିଥିଲେ ଆଇଆଇସି’

ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର ହେଉଛନ୍ତି…

ଭୁବନେଶ୍ୱର,୨୭ା୯:  ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ...

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର: ଏଣିକି ଚାଉଳ ସହ ମିଳିବ…

ଭୁବନେଶ୍ୱର,୨୭।୯: ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ...

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା...

ପାର୍ବଣରେ ମହଙ୍ଗା ମାଡ଼:୭୦ ଛୁଇଁଲାଣି ପିଆଜ,ଆଉ ଖାଇବା ତେଲ…

ଭୁବନେଶ୍ୱର, ୨୬ା୯ (ଅନିଲ ଦାସ): ଗତ କିଛିଦିନ ହେବ ଖାଉଟିଙ୍କୁ କଲବଲ କରୁଛି ପିଆଜ। ଖୁଚୁରା ବଜାରରେ ଦର ଆକାଶଛୁଆଁ ହୋଇଛି। ବିକ୍ରି ଉପରେ ଲଗାମ...

ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍...

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri