୪୦ ହଜାର ବୁଥ୍‌ରେ ପ୍ରତିନିଧି ନିଯୁକ୍ତ କରିବ ଛାତ୍ର କଂଗ୍ରେସ

ଭୁବନେଶ୍ବର, ୬ା୬(ବ୍ୟୁରୋ): ବୁଥ୍‌ସ୍ତରରେ ଏଣିକି ଛାତ୍ର କଂଗ୍ରେସର ସକ୍ରିୟ ପ୍ରତିନିଧି ନିଯୁକ୍ତ ହେବେ। ତୃଣମୂଳସ୍ତରରୁ ଲଢ଼େଇକୁ ଅଧିକ କ୍ରୀୟାଶୀଳ କରିବା ପାଇଁ ୪୦ ହଜାର ବୁଥ୍‌ରେ ଛାତ୍ର କଂଗ୍ରେସ ପ୍ରତିନିଧି ନିଯୁକ୍ତ କରିବ। ଏ ନେଇ ଛାତ୍ର କଂଗ୍ରେସ ସଭାପତି ୟାସିର ନଓ୍ବାଜ ସୂଚନା ଦେଇଛନ୍ତି । ପ୍ରଦେଶ ଛାତ୍ର କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ସୋମବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଛି। ବୈଠକରେ କେତୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଗତ କରାଯିବା ସହ ତାକୁ ଗୃହୀତ କରାଯାଇଛି। ଏହି ଅବସରରେ ୟାସିର କହିଛନ୍ତି, ଓଡ଼ିଶାର ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି କ୍ଷେତ୍ରରେ ଅଣଦେଖା କରାଯାଉଛି। ଉଚ୍ଚଶିକ୍ଷିତ ଓଡ଼ିଶା ପିଲାଙ୍କୁ ଛୋଟିଆ ଚାକିରି ଦେଇ ଭଣ୍ଡେଇ ଦିଆଯାଉଛି। ଛାତ୍ର କଂଗ୍ରେସ ରାଜ୍ୟର ବେକାର ଯୁବତୀ,ଯୁବକଙ୍କୁ ଚାକିରି ଦେବା ଦାବି ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ଶିକ୍ଷାର ଘରୋଇକରଣ ବିରୋଧରେ ବ୍ୟାପକ ଆନ୍ଦୋଳନ କରାଯିବ। ସରକାର ସବୁବେଳେ ଘରୋଇ ଶିକ୍ଷାନୁଷ୍ଠାନ ମାଲିକମାନଙ୍କ ସପକ୍ଷରେ ଛିଡ଼ା ହେଉଛନ୍ତି। ଏହାଦ୍ୱାରା ଛାତ୍ରମାନଙ୍କ ସ୍ବାର୍ଥ ଉପେକ୍ଷିତ ହେଉଛି। ଏଣୁ ଛାତ୍ର କଂଗ୍ରେସ ପକ୍ଷରୁ ଘରୋଇ ଶିକ୍ଷାନୁଷ୍ଠାନର ମାଲିକମାନଙ୍କୁ ଘେରାଉ କରିବାକୁ ନିଷ୍ପତ୍ତି ହୋଇଛି। କଲେଜ ଓ ୟୁନିଭର୍ସିଟିରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଛାତ୍ର କଂଗ୍ରେସ ରାଜ୍ୟବ୍ୟାପୀ ସମସ୍ତ କଲେଜ କ୍ୟାମ୍ପସ ଆଗରେ ଧାରଣା ଦେବ ବୋଲି ସେ କହିଛନ୍ତି। ଏହି ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଛାତ୍ର କଂଗ୍ରେସ ସଙ୍ଗଠନର ମେରୁଦଣ୍ଡ। ବିଜେଡି ସରକାରରେ ରାଜ୍ୟର ଛାତ୍ର ସମାଜ ଉପେକ୍ଷିତ ଏବଂ ଲୁଣ୍ଠିତ। ଛାତ୍ର କଂଗ୍ରେସ ଏ ରାଜ୍ୟର ଛାତ୍ର ସମାଜକୁ ନ୍ୟାୟ ଦେବା ପାଇଁ ଉତ୍ସର୍ଗୀକୃତ ଭାବରେ ଆନ୍ଦୋଳନ କରୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ,...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri