ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ ଆକ୍ସନ ମୋଡକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ Mohan Majhi । କିଟ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି।

ହେଲେ ପୁଣି ପ୍ରତିବାଦକୁ ଓହ୍ଲାଇଛନ୍ତି କିଟ୍‌ ଛାତ୍ରୀଛାତ୍ର। ନ୍ୟାୟ ଦାବିରେ କ୍ୟାଣ୍ଡେଲ ଜାଳି ରାଲି କରିଛନ୍ତି। ଆଓ୍ବାର ଡିମାଣ୍ଡ, ଓ୍ବି ଓ୍ବାଣ୍ଟ ଜଷ୍ଟିସ ଆଦି ପ୍ଲା କାର୍ଡ ପ୍ରଦର୍ଶନ କରି ରାଲି କରିଛନ୍ତି।

କିଟ ବିଶ୍ବବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ଘଟଣାରେ ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀଙ୍କୁ ଗିରଫ କରାଯାଇଛି। ୩ ନିର୍ଦ୍ଦେଶକ ହେଲେ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥ। ସୁରକ୍ଷାକର୍ମୀ ହେଲେ ରମାକାନ୍ତ ନାୟକ, ଯୋଗେନ୍ଦ୍ର ବେହେରା। ୫ ଜଣଙ୍କୁ ଗିରଫ କରି ଇନ୍ଫୋସିଟି ପୋଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଛି।

କିଟ୍‌ ଘଟଣାକୁ ନେଇ ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

KIIT student death: କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି...

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image