ଭଡ଼ା ଘରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ଭଞ୍ଜନଗର,୩ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଟି ସ୍କୁଲର ଜଣେ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ମୃତଦେହ ସୋମବାର ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ସେ ହେଲେ ସୋରଡ଼ା ଥାନା ଅନ୍ତର୍ଗତ କେଶରା ଗ୍ରାମର ଜ୍ୟୋତିରାଣୀ ସେଠୀ। ଜ୍ୟୋତି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି। ଭଞ୍ଜନଗର ଏସ୍‌ଡିପିଓ ସୁଜିତ୍‌ କୁମାର ନାୟକ, ଥାନା ଅଧିକାରୀ କୁମାର ମୁଦୁଲି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।

ପ୍ରକାଶ ଯେ, ଭଞ୍ଜନଗର ସିଟି ସ୍କୁଲ ଛାତ୍ରୀ ଜ୍ୟୋତି ନିକଟସ୍ଥ ମାଲସାହିରେ ତାଙ୍କର ଆଉ ୩ ସାଙ୍ଗଙ୍କ ସହ ମିଶି ଏକ ଭଡ଼ାଘରେ ରହୁଥିଲେ। ସୋମବାର ପୂର୍ବାହ୍ନ ୧୦ଟାରେ ସାଙ୍ଗମାନେ ମିଶି ସ୍କୁଲ ଯିବାପାଇଁ ଜ୍ୟୋତିରାଣୀଙ୍କୁ ଡାକିଥିଲେ। କିନ୍ତୁ ସେ ପରେ ଯିବି କହି ଯାଇ ନ ଥିଲେ। କିଛି ସମୟ ପରେ ସେହି ନିକଟରେ ରହୁଥିବା ଅନ୍ୟ ଜଣେ ଛାତ୍ରୀ କୌଣସି ଜିନିଷ ନେବାକୁ ଜ୍ୟୋତିଙ୍କ ରୁମ୍‌କୁ ଆସିଥିଲେ। ସେ ସମୟରେ ଜ୍ୟୋତି ଆତ୍ମହତ୍ୟା କରିଥିବା ଦେଖିଥିଲେ। ଘର ମାଲିକ ଏହି ସମ୍ପର୍କରେ ପୋଲିସକୁ ସୂଚନା ଦେଇଥିଲେ। ଏ ନେଇ ନଂ.୬/୨୫ରେ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri