ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ।

ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ମନମୁଖୀ କାର୍ଯ୍ୟକଳାପ ବିରୋଧରେ ନାରାବାଜି କରିଥିଲେ। ଏପରିକି ପ୍ରଧାନ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କ ଶିକ୍ଷା ବ୍ୟବସ୍ଥାକୁ ଜାଣିଶୁଣି ନଷ୍ଟ କରୁଥିବା ଅଭିଯୋଗ କରିଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ସରକାର ଦେଉଥିବା ଅନୁଦାନକୁ ଚଞ୍ଚକତା କରି ହରି ଲୁଟ କରାଯାଉଥିବା ଛାତ୍ରୀଛାତ୍ରମାନେ ପ୍ରକାଶ କରିଛନ୍ତି। ଏଥିରେ କିଏ ମୁହଁ ଖୋଲିଲେ ଛାତ୍ରୀଛାତ୍ରଙ୍କ ପାଠ ପଢାରେ ବାଧା ସୃଷ୍ଟି କରାଯାଉଛି। ଏପରିକି ବିଦ୍ୟାଳୟର କିଛି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦରମା ୩ ମାସ ହେଲା ଦିଆଯାଉ ନ ଥିବା ଅଭିଯୋଗ ହୋଇଛି।

ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ବିକ୍ଷୋଭ କରାଯାଉଥିବା ଶୁଣି ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁ ପଡ୍ରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ରସାନନ୍ଦ କର ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରି ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ଦୀର୍ଘ ପ୍ରାୟ ୪ଘଣ୍ଟାର ଆନ୍ଦୋଳନ ବନ୍ଦ କରି ଶ୍ରେଣୀଗୃହରେ ପାଠ ପଢିଥିଲେ। ହେଲେ ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି। ଏନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri