ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିକ୍ଷାବିତ୍‌ ଯୋଗେଶ ଚନ୍ଦ୍ର ପଧାନ ଯୋଗଦେଇ ଚଳିତ ବର୍ଷ ଧରିତ୍ରୀ ଦିବସର ପ୍ରସଙ୍ଗ ‘ଆମ କ୍ଷମତା, ଆମ ପୃଥିବୀ’ ଉପରେ ଆଲୋଚନା କରିଥିଲେ। ଇକୋ କ୍ଲବ ଇନ୍‌ଚାର୍ଜ ଶିକ୍ଷକ ସୁବୋଧ ଭୋଇ ଧରିତ୍ରୀ ଦିବସ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ଛାତ୍ରୀଛାତ୍ରମାନଙ୍କୁ ବିଦ୍ୟାଳୟକୁ ପ୍ଲାଷ୍ଟିକ ମୁକ୍ତ କରିବା ଲାଗି ଶପଥ ପାଠ କରାଇଥିଲେ। ପ୍ରଧାନ ଶିକ୍ଷକ ମେହେର ସର୍ବଂସହା ପୃଥିବୀର ସୁରକ୍ଷା ସକାଶେ ପ୍ରାକୃତିକ ସମ୍ବଳର ଯଥୋଚିତ ବ୍ୟବହାର କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଏଥିସହ ବିଦ୍ୟାଳୟକୁ ପ୍ଲାଷ୍ଟିକମୁକ୍ତ ଅନୁଷ୍ଠାନରେ ପରିଣତ କରିବା ପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ ବୋଲି ସେ ମତପ୍ରକାଶ କରିଥିଲେ। ଏଥିରେ ବିଦ୍ୟାଳୟର ଇକୋ କ୍ଲବ, ଶକ୍ତି କ୍ଲବ ଓ ଜୁନିଅର ରେଡ୍‌କ୍ରସର ସଦସ୍ୟ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ସୁବୋଧ ଭୋଇ, ହରବଲ୍ଲଭ ପ୍ରଧାନ, ପ୍ରଭାତ କୁମାର ନାୟକ, ତରଣୀସେନ ପଧାନ, ଶିକ୍ଷୟିତ୍ରୀ ରୀନା କୁମାରୀ ମେହେର, ମେନକା ସୁନା, ସବିତା ଦେହେରୀ ଓ ପୁଷ୍ପାଙ୍ଗିନୀ ଭୁଏ ପ୍ରମୁଖ ସହଯୋଗ କରିଥିଲେ। ଜୁନିଅର୍‌ ରେଡ୍‌କ୍ରସ କାଉନସେଲର ତନୟା ଡନସନା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri