ସ୍କୁଲରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର

ଖଜୁରୀପଡ଼ା,୨୭ା୨: ବିଦ୍ୟାଳୟରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର। ଏହି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଝାଡ଼ବଲସକୁମ୍ପା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ପାଠ ପଢ଼ିବା ପରିବର୍ତ୍ତେ ସ୍କୁଲରେ ରୋଷେଇ କରୁଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢାଯାଉଛି। ଶନିବାର ସକାଳୁଆ ସ୍କୁଲ ଚାଲିଥିବା ବେଳେ ମଧ୍ୟାହ୍ନ ଭୋଜନ ରୋଷେଇ କରୁଥିବା ପାଚିକା କୌଣସି କାର୍ଯ୍ୟରେ ବ୍ୟସ୍ତତା ଯୋଗୁଁ ସ୍କୁଲକୁ ଆସି ନ ଥିଲେ। ଯାହା ଦ୍ୱାରା ପ୍ରାଥମିକ ସ୍କୁଲରେ ପଢୁଥିବା ୨୫ ଜଣ ଛାତ୍ରୀଛାତ୍ରମାନଙ୍କ ପାଇଁ କୋମଳମତି ଛାତ୍ରମାନେ ପାଣି ବୋହିବା ସହିତ ଛାତ୍ରୀମାନେ ମଧ୍ୟାହ୍ନ୍‌ ଭୋଜନ ରାନ୍ଧିଥିଲେ। ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲା ଶିକ୍ଷାଅଧିକାରୀ ଏହାର ତଦନ୍ତ କରି ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବିହେଉଛି। ଏ ନେଇ ସ୍କୁଲର ପ୍ରଧାନ ଶିକ୍ଷକ କୁମାର ମଣି ବେହେରାଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି ଯେ ସ୍କୁଲର ପାଚିକା ଉର୍ମିଳା ବେହେରାଙ୍କ ଦିଅରଙ୍କ ମୃତ୍ୟୁ ହୋଇଥିବା ଯୋଗୁଁ ସେ ସ୍କୁଲ ଯାଇ ପାରିନଥିଲେ। ଶିକ୍ଷକ ଦୁର୍ଯ୍ୟୋଧନ ପରିଡ଼ା ରୋଷେଇ କରିବା ପାଇଁ ମୁଁ ଦାୟିତ୍ୱ ଦେଇ କିଛି ଅଫିସ କାମରେ ଯାଇଥିଲି। ଅନ୍ୟପଟେ ସ୍କୁଲର ନଳକୁପ ଖରାପ ଥିବାରୁ ପିଇବା ପାଣି ଦୁଇ ବାଲଟି ଛାତ୍ରମାନେ ଆଣିବାକୁ ଯାଇଥିଲେ। ମାତ୍ର ରୋଷେଇ କରିବା ଘଟଣା ମିଥ୍ୟା ବୋଲି କହିଛନ୍ତି। ଆମ୍ଭେ ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ବିନୋଦ ବିହାରୀ ଦିଗାଲଙ୍କ ପ୍ରତିକ୍ରିୟା ନେବାରୁ ସେ କହିଛନ୍ତି ଯେ ଉକ୍ତ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image