ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର କ୍ଷେତ୍ର ପରିଦର୍ଶନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୫ା୭(ଅସମାପିକା ସାହୁ): କଟକ ଜିଲା ଅଡ଼ଶପୁରସ୍ଥିତ ଉଦୟନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ବିଭାଗର ୨୦ ଜଣ ଛାତ୍ରୀଛାତ୍ର କ୍ଷେତ୍ର ପରିଦର୍ଶନରେ ଆସି ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ବୁଲି ଦେଖିଥିଲେ। ଛାତ୍ରୀଛାତ୍ରଙ୍କୁ ପୁସ୍ତକ ପଞ୍ଜୀକରଣ, ଗ୍ରନ୍ଥାଗାର ପରିଚାଳନା, ଇ-ଗ୍ରନ୍ଥାଗାର, ଡାଟା ଏଣ୍ଟ୍ରି, ଅଟୋମେଶନ, ଆକ୍ସେସିଙ୍ଗ, କାଟାଲଗିଙ୍ଗ, ଡିଜିଟାଇଜେସନ ଆଦି ପ୍ରକ୍ରିୟା ଉପରେ ସବିଶେଷ ସୂଚନା ପ୍ରଦାନ କରାଯାଇଥିଲା।

ଏହି କ୍ଷେତ୍ର ପରିଦର୍ଶନ ସେମାନଙ୍କ ପାଠ୍ୟକ୍ରମର ଏକ ଅଂଶବିଶେଷ ଏବଂ ଏହାଦ୍ବାରା ସେମାନଙ୍କ ଦକ୍ଷତା ବୃଦ୍ଧି ପାଇବ ବୋଲି ଛାତ୍ରୀଛାତ୍ର ମତବ୍ୟକ୍ତ କରିଥିଲେ। ପାଠାଗାର ପରିଦର୍ଶନ କରି ସେମାନେ ଖୁସି ବ୍ୟକ୍ତ କରିଥିଲେ। ମହାବିଦ୍ୟାଳୟର ଅଧ୍ୟାପିକା ପ୍ରିୟଙ୍କା ମଞ୍ଜରୀ ବେହେରା ଏବଂ ନିରୂପମା ମିଶ୍ର ମଧ୍ୟ ଛାତ୍ରୀଛାତ୍ରଙ୍କ ସହ ସାମିଲ ଥିଲେ।

ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର ନିର୍ଦ୍ଦେଶକ ଦିଲୀପ ରାଉତରାୟ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ବିଭାଗର ଯୁଗ୍ମ ନିର୍ଦ୍ଦେଶିକା ତଥା ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର ସ୍ବତନ୍ତ୍ର କର୍ତ୍ତ୍ୟବ୍ୟରତ ଅଧିକାରୀ ଶ୍ରୀମତୀ ଅତସୀ ଦାସ ସମସ୍ତଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ,...

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ...

ଓଡ଼ିଶାରେ ୫ ବର୍ଷରେ ୮,୪୦୩ ଶିଶୁ ନିଖୋଜ

ଭୁବନେଶ୍ୱର,୧୫ା୪(ସତ୍ୟଜିତ୍‌ ରାଉତ):ରାଜ୍ୟରେ ଗତ ୫ ବର୍ଷରେ ୮ ହଜାର ୪୦୩ ଜଣ ଶିଶୁ ନିଖୋଜ ଅଛନ୍ତି। ବିଧାନସଭାରେ ଗତ ଫେବୃଆରୀ ୧୭ରେ ବାଲିଗୁଡ଼ା ବିଧାୟକ ଚକ୍ରମଣି...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି...

ଏବର୍ଷ ଛେଚିବ ବର୍ଷା, ସ୍ବାଭାବିକଠାରୁ ହେବ ଅଧିକ ବୁଷ୍ଟିପାତ

ନୂଆଦିଲ୍ଲୀ,୧୬।୪(ପି.ଟି.):ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଭାରତରେ ଦକ୍ଷିଣ ପଶ୍ଚିମ ମୌସୁମୀ...

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image