‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡ଼ି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବ୍ଲକ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ଇନଚାର୍ଜ ପ୍ରିନ୍ସପାଲ ସୋନାଲିକା ପୃଷ୍ଟି, ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ଆଶାଲତା ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ନରେନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତା ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଂଶୀଦାର ହେଉଛନ୍ତି ଅଭିଭାବକ। ତେଣୁ ଅଭିଭାବକ, ଶିକ୍ଷୟିତ୍ରୀ-ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସମନ୍ବୟ ରହିଲେ ଛାତ୍ରୀଛାତ୍ରଙ୍କ ବିକାଶ ହୋଇପାରିବ। ଶିକ୍ଷାନୁଷ୍ଠାନରେ କେବଳ ପିଲାଙ୍କୁ ଛାଡି ଅଭିଭାବକ ନିଜ ଦାୟିତ୍ୱରୁ ଓହରିଗଲେ ପିଲାମାନଙ୍କ ବିଷୟରେ ଜାଣିବା କଷ୍ଟକର। ତେଣୁ ହଷ୍ଟେଲରେ ରହି ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଠପଢ଼ା, ଅନ୍ୟ ଖେଳକୁଦ ଓ ବିଦ୍ୟାଳୟ ଯାତାୟାତ ଏବଂ ସେମାନଙ୍କ ମାନସିକ ଶାରୀରିକ ପରିବର୍ତ୍ତନ ଆଦି ଅଭିଭାବକମାନେ ଜାଣିବା ଦରକାର। ବିଶେଷକରି ଛାତ୍ରୀମାନଙ୍କ ବିଷୟରେ ଅଭିଭାବକମାନେ ଅଧିକ ଦାୟିତ୍ୱ ନେବା ଦରକାର। ଜଣେ ଛାତ୍ରୀ କାହା ସହ ସାଙ୍ଗସାଥୀ ହେଉଛି ସେ କ’ଣ କରୁଛି ସେ ସମ୍ପର୍କରେ ନିହାତି ଗୁରୁତ୍ୱ ଦେବା ଦରକାର ବୋଲି ସିଡିପିଓ କହିଥିଲେ।

ସେହିପରି ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କ ମାଗଣା ପାଠ ପଢ଼ାଇବା ପାଇଁ କ’ଣ ସବୁ ପ୍ରଦାନ କରାଯାଉଛି ସେ ସମ୍ପର୍କରେ ମୁଖ୍ୟ ବକ୍ତା ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି ଉପସ୍ଥିତ ଅଭିଭାବକମାନଙ୍କୁ ଅବଗତ କରିଥିଲେ। ପିଲାଙ୍କୁ ପାଠ୍ୟପୁସ୍ତକ ସମେତ ୟୁନିଫର୍ମ, କାଜୁଆଲ ଡ୍ରେସ, ଜୋତା, ହାଉସ ଡ୍ରେସ, ମଶାରୀ, ଖଟ, କମ୍ବଳ, ଟ୍ରେ, ବିଭିନ୍ନ ପ୍ରକାର ବୃତ୍ତି ପ୍ରଦାନ, ଆଦି ସରକାର ଯୋଗାଉଥିବା କହିଥିଲେ। ସେହିପରି ବିଜ୍ଞାନ ଶିକ୍ଷକ ରମାକାନ୍ତ ଦେଶୀନାୟକ ଉପସ୍ଥିତି ଅଭିଭାବକମାନଙ୍କୁ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ବୃତ୍ତି ଓ ଛାତ୍ରୀଛାତ୍ରଙ୍କ ଅଧିକାର ସମ୍ପର୍କରେ ଅବଗତ କରିଥିଲେ। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ସାରଦା ପ୍ରସାଦ ମଙ୍ଗରାଜ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image