ଏଥର ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଛାତ୍ରୀଛାତ୍ର ନିଜ ସ୍କୁଲରେ ହିଁ ପରୀକ୍ଷା ଦେବେ। ଯଦିଓ ଏନେଇ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ ତେବେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏପରି ସୂଚନା ଦିଆଯାଇଛି।

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଏଥର ମାଟ୍ରିକ ପରୀକ୍ଷାର ସମୟ ମଧ୍ୟ ହ୍ରାସ କରି ଦିଆଯାଇଛି। ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟାର ପରୀକ୍ଷା ହେବ। ସେହି ସ୍କୁଲର ଶିକ୍ଷକ ନିରୀକ୍ଷକ ନ ରହି ଅନ୍ୟ ସ୍କୁଲର ଶିକ୍ଷକମାନେ ରହିବେ। କରୋନାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ମେ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ।

Share