ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ୮ ପୂର୍ବରୁ ସମସ୍ତଙ୍କୁ ସୁଭଦ୍ରା ପ୍ରଥମ କିସ୍ତି, ଜାଣନ୍ତୁ ପୂରା ଖବର…

ଭୁବନେଶ୍ୱର,୨୮ା୯ (ବନ୍ଦନା ସେଠୀ): ଅଦ୍ୟାବଧି ଛପାଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ‘ସୁଭଦ୍ରା’ ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫ ଫର୍ମ ବଣ୍ଟନ କରାଯାଇଛି। ସେପ୍ଟେମ୍ବର ୨୭ ପର୍ଯ୍ୟନ୍ତ ୯୫ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇସାରିଛି। ସେହିପରି ୨୫ ଲକ୍ଷ ୨୯ ହଜାର ୭୨୦ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରୁ ୨୫ ଲକ୍ଷ ୧୭ ହଜାର ୫୪୫ ଜଣଙ୍କ ବ୍ୟାଙ୍କ୍‌ ଆକାଉଣ୍ଟକୁ ସିଧାସଳଖ ଏବଂ ୧୨ ହଜାର ୧୭୫ ଜଣଙ୍କୁ ସିବିଡିସି ଜରିଆରେ ଅର୍ଥରାଶି ପଠାଯାଇଛି ବୋଲି ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ସୂଚନା ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟରରେ ଆୟୋଜିତ ୨ଦିନିଆ ଜିଲାପାଳ ସମ୍ମିଳନୀର ଉଦ୍‌ଘାଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଆଲୋଚନା ହୋଇଥିଲା। ବିଭିନ୍ନ ସୂଚନା, ଶିକ୍ଷା ଓ ଯୋଗାଯୋଗ ପଦ୍ଧତିରେ ଓଡ଼ିଶାର ଗାଁ ଗାଁରେ ସୁଭଦ୍ରା ଯୋଜନା ସମ୍ବନ୍ଧରେ ସଚେତନତା ସୃଷ୍ଟି କରାଯାଇଛି। ସୋସିଆଲ ପ୍ରୋଟେକ୍ସନ ଡେଲିଭରି ପ୍ଲାଟ୍‌ଫର୍ମ(ଏସ୍‌ପିଡିପି) ମାଧ୍ୟମରେ ଜାତୀୟ ଖାଦ୍ୟସୁରକ୍ଷା ଯୋଜନା (ଏନ୍‌ଏଫ୍‌ଏସ୍‌ଏସ୍‌) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ର ହିତାଧିକାରୀଙ୍କୁ ଯାଞ୍ଚ କରାଯାଉଛି। ସମସ୍ତ ଅନୁମୋଦନ ଓ ଖାରଜ ଫର୍ମର ତାଲିକା ସହ କାରଣ ସମ୍ପର୍କରେ ସୁଭଦ୍ରା ୱେବ୍‌ ପୋର୍ଟାଲ ଓ ଏସ୍‌ଏମ୍‌ଏସ୍‌ ଦ୍ୱାରା ଅବଗତ କରାଯିବ। ଏଥିସହ ବ୍ୟାଙ୍କ ଆକାଉଣ୍ଟରୁ ପଇସା ନ ଉଠାଇଲେ ପଇସା ଆପେ ଫେରସ୍ତ ହେଇଯିବ ବୋଲି ଯେଉଁ ଗୁଜବ ସୃଷ୍ଟି ହୋଇଛି ତାହା ସମ୍ପୂର୍ଣ୍ଣ ମିଥ୍ୟା। ହିତାଧିକାରୀଙ୍କ ଅର୍ଥରାଶି ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସୁରକ୍ଷିତ ରହିବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସେହିପରି ୨୦୨୫ ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ମିଳିବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା କୁହାଯାଇଛି।
ପ୍ରଭାତୀ ପରିଡ଼ା ଉପସ୍ଥିତ ରହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ବିଭାଗର ସମସ୍ତ ଅଧିକାରୀ ଓ ସବୁ ଜିଲାପାଳଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥିସହ ଜନଜାତିବହୁଳ ଅଞ୍ଚଳଗୁଡ଼ିକରେ ସୁଭଦ୍ରା କାର୍ଯ୍ୟକ୍ରମକୁ ପହଞ୍ଚାଇବା ପାଇଁ ବ୍ୟାପକ ଜନ ସଚେତନତାକୁ ପ୍ରାଥମିକତା ଦେବାକୁ ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନାରେ ଓଡିଶାର ୧କୋଟି ମହିଳାଙ୍କ ପଞ୍ଜୀକରଣ ହୋଇଯିବ ବୋଲି ସେ ଆଶା ପ୍ରକଟ କରିଥିଲେ। ଏକ ସରକାରୀ ଯୋଜନାରେ ୧ କୋଟି ହିତାଧିକାରୀଙ୍କୁ ଯୋଡିବା ଆମ ପାଇଁ ଏକ ବଡ଼ ଉପଲବ୍ଧି ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ ପ୍ରଯୁକ୍ତି ବିଦ୍ୟାର ସଫଳ ଉପଯୋଗରେ ଏହି ଯୋଜନାର ସଫଳ କାର୍ଯ୍ୟାନ୍ବୟନ କରାଯାଇଥିବାରୁ ସମ୍ପୃକ୍ତ ଅଧିକାରୀଙ୍କୁ ପ୍ରଶଂସା କରିଥିଲେ। ଏଥିସହ ଜିଲାସ୍ତରରେ ସର୍ବାଧିକ ସୁଭଦ୍ରା ଫର୍ମ ପଞ୍ଜୀକୃତ କରିଥିବା ‘ମୋ ସେବାକେନ୍ଦ୍ର’ ଓ ‘ଜନ ସେବାକେନ୍ଦ୍ର’କୁ ପୁରସ୍କୃତ କରିବା ପାଇଁ ଜିଲାପାଳମାନଙ୍କୁ ପ୍ରସ୍ତାବ ଦେଇଥିଲେ। ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, କଟକ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ, କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନ୍‌ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ

ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ...

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି।...

ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ

ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା...

‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର...

ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା

ଭୁବନେଶ୍ୱର, ୨୮।୯(ସୁନିତ୍‌ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ...

ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ

ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ...

ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ

ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri