ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେଉଁ ହିତାଧିକାରୀମାନେ ଆଦୌ ପାଇବେନି

ଭୁବନେଶ୍ୱର,୮।୧୦: ଆସନ୍ତାକାଲି ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ। ହେଲେ ଏହା ପୂର୍ବରୁ ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି ଯେ
କେଉଁ ବ୍ୟାଙ୍କ ଖାତାକୁ ଟଙ୍କା ଯିବ ଓ କେଉଁ ଖାତାକୁ ଟଙ୍କା ଆସିବ ନାହିଁ । ମିଳିଥିବା ସୂଚନାନୁଯାୟୀ,
ବ୍ୟାଙ୍କ ଖାତାରେ ଆଧାର ଇକେୱାଇସିି ସମସ୍ୟା କିମ୍ବା ଅନ୍ୟ କୌଣସି ଅସୁବିଧା ଯୋଗୁଁ ସରକାରଙ୍କ ତରଫରୁ ଟଙ୍କା ପଠାଯାଇଥିଲେ ମଧ୍ୟ ପହଞ୍ଚିବାରେ ବିଳମ୍ବ ହେବ କିମ୍ବା ଅଟକି ଯିବ । ସରକାରଙ୍କ ଅନୁଯାୟୀ ସୁଭଦ୍ରା ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ ।

ହିତାଧିକାରୀ ପ୍ରଦାନ କରିଥିବା ନିଜ ବ୍ୟାଙ୍କ ଆକାଉଣ୍ଟରେ ସୁଭଦ୍ରା ଟଙ୍କା ଆସିବ । ସେହି ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯିବ ଯେଉଁଥିରେ ଡିବିଟି ସକ୍ଷମ ଥିବ । ଗୋଟିଏ ବ୍ୟାଙ୍କରୁ ଅନ୍ୟ ଏକ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର ସୁବିଧା ଥିବା ଖାତାକୁ ସୁଭଦ୍ରା ଟଙ୍କା ପ୍ରଦାନ କରିବେ ସରକାର । ଯଦି ଏମିତି ସୁବିଧା ନ ଥିବ ତେବେ ସେହି ଆକାଉଣ୍ଟକୁ ଟଙ୍କା ଆସିବ ନାହିଁ।

ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ଆସିବ। ଏହାପୂର୍ବରୁ ସୋମବାର ଖବର ଆସିଥିଲା ଯେ, ଯେଉଁ ହିତାଧିକାରୀମାନଙ୍କୁ ଖାତାକୁ ଦ୍ୱିତୀୟ ପର୍ଯ୍ୟାୟରେ ଟଙ୍କା ଆସିବ ସେମାନଙ୍କ ଖାତାକୁ ସରକାର ଏକ ଟଙ୍କା ପଠାଇଛନ୍ତି।

ତେବେ ସାରେ ସରକାରଙ୍କ ପକ୍ଷରୁ ଏହି ଖବରକୁ ଖଣ୍ଡନ କରାଯାଇଛି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ଦିତୀୟ ପର୍ଯ୍ୟାୟ ନିମନ୍ତେ ଏପରି କିଛି ବ୍ୟବସ୍ଥା ଏଯାବତ ଆରମ୍ଭ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା...

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର...

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ...

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ...

୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୮।୧୦: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ...

ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…

ହିଞ୍ଜିଳିକାଟୁ, ୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀର ବ୍ଲକ, ପୌରାଞ୍ଚଳ ଓ ଜିଲା ପରିଷଦ...

ଟୁଇନ ସିଟିରେ ଟ୍ରାଫିକ କଟକଣା ଜାରି: ଜାଣନ୍ତୁ କେଉଁଠି ଲାଗିବ କଟକଣା

ଭୁବନେଶ୍ୱର,୮।୧୦: ଆସନ୍ତା ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର ହେବାକୁ ଯାଛି। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ...

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ

ଭୁବନେଶ୍ୱର,୮।୧୦: ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri