ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଏହା ଘୋଷଣା କରିଛନ୍ତି। ରାଜ୍ୟର ପ୍ରାୟ ଏକ କୋଟି ମହିଳା ଏହି ଅର୍ଥରାଶି ପାଇବେ। ସୁଭଦ୍ରା କିସ୍ତି ରାଶି ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ହିତାଧିକାରୀଙ୍କୁ ଦିଆଯାଉଥିବାବେଳେ ଏହା ମହିଳା ସଶକ୍ତୀକରଣ ପାଇଁ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଡିସେମ୍ବର ୧ ସୁଦ୍ଧା ୧, ୦୫, ୩୬, ୬୧୨ ମହିଳା ସୁଭଦ୍ରା ଟଙ୍କା ପାଇବାକୁ ଆବେଦନ କରିଛନ୍ତି। ଅଦ୍ୟାବଧି ପ୍ରଥମ କିସ୍ତିର ଅର୍ଥରାଶିକୁ ୩ଟି ପର୍ଯ୍ୟାୟରେ ପ୍ରାୟ ୮୦ ଲକ୍ଷ ହିତାଧିକାରୀଙ୍କୁ ଦିଆଯାଇଛି। ୪ର୍ଥ ପର୍ଯ୍ୟାୟରେ ବାକି ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ଜାନୁଆରୀରେ ସୁଭଦ୍ରା ଟଙ୍କା ଦିଆଯିବ ବୋଲି ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Pahalgam Attack Response: ସେହି ଲାଲ ଫାଇଲ.. ଶାହା-ଜୟଶଙ୍କର ରାଷ୍ଟ୍ରପତିଙ୍କୁ ଭେଟି ଦେଲେ ପାକିସ୍ତାନ ଓ୍ବଂସର ପ୍ଲାନ?

ନୂଆଦିଲ୍ଲୀ,୨୪।୪: ସେହି ଲାଲ ଫାଇଲଟି ଶେଷରେ ରାଷ୍ଟ୍ରପତି ଭବନରେ ପହଞ୍ଚିଲା। ଗୁରୁବାର ସାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଏବଂ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରାଷ୍ଟ୍ରପତି...

ଭୁଲବଶତଃ ସୀମା ପାର କରିଗଲେ BSF ଯବାନ, ଅଟକ ରଖିଲେ ପାକିସ୍ତାନ ରେଞ୍ଜର୍ସ

ନୂଆଦିଲ୍ଲୀ,୨୪।୪: ପଞ୍ଜାବର ଫିରୋଜପୁର ସେକ୍ଟରରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ସାମ୍ନାକୁ ଆସିଛି। ବୁଧବାର ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ)ର ଜଣେ ଯବାନ ଡ୍ୟୁଟି ସମୟରେ...

ମୁଣ୍ଡରେ ଲଗାଇଲେ ବନ୍ଧୁକ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଉଦଳା,୨୪ା୪(ସନ୍ତୋଷ କୁମାର ବାଛିନି): ଆସିଲେ ବିଚ୍‌ ରାସ୍ତାରେ ବାଇକ୍‌ ଅଟକାଇ ମୁଣ୍ଡରେ ଲଗାଇଲେ ବନ୍ଧୁକ। ଆଉ ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର।...

ଭାରତର ପ୍ରତିଶୋଧ ଭୟରେ ପାକିସ୍ତାନ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିର୍ଦ୍ଦୋଷ ଭାରତୀୟଙ୍କ ଜୀବନ ଯିବା ପରେ ଭାରତ ପାକିସ୍ତାନକୁ ଉଚିତ୍‌ ଶିକ୍ଷା ଦେବା...

କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ

କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ...

ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ

ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ...

ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ...

୧,୧୯୨ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୪।୪: ଓଡ଼ିଶା ସରକାର ୧,୧୯୧.୪୭ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image