ଭୁବନେଶ୍ୱର,୧୧ା୩(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଓଡିଶାକୁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ତୃତୀୟ ବିପର୍ଯ୍ୟୟ ବିପଦ ହ୍ରାସ ମଞ୍ଚ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମାନ ପ୍ରଦାନ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରଧାନମନ୍ତ୍ରୀଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।
ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସଡିଏମଏ)କୁ ଏହି ସମ୍ମାନ ପ୍ରଦାନ ପାଇଁ ଘୋଷଣା କରିଥିଲେ। ପୁରସ୍କାର ବାବଦରେ ୫୧ ଲକ୍ଷ ଟଙ୍କାର ଅର୍ଥ ରାଶି ସହିତ ପ୍ରମାଣ ପତ୍ର ପ୍ରଦାନ ପ୍ରଦାନ କରାଯାଇଛି। ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ୍ ଭଲ ରହିଛି। ଲଗାତର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଉତ୍ତମ ପ୍ରଦର୍ଶନ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।