ସିବିଏସ୍‌ଇ କ୍ଲଷ୍ଟର-୨ ଆଥ୍‌ଲେଟିକ୍‌ ମିଟ୍‌ରେ ସଫଳତା

ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):କ୍ରୀଷ୍ଣା ବିକାଶ ଅନ୍ତର୍ଗତ ବରାହଗୁଡ଼ାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ସେପ୍ଟେମ୍ବର ୯ରୁ ୧୧ତାରିଖ ପର୍ଯ୍ୟନ୍ତ କିଟ୍‌, ଭୁବନେଶ୍ୱରଠାରେ ଅନୁଷ୍ଠିତ ସିବିଏସ୍‌ଇ କ୍ଲଷ୍ଟର୍‌-୨ ଆଥ୍‌ଲେଟିକ୍‌ ମିଟ୍‌ରେ ବିପୁଳ ସଫଳତା ଅର୍ଜନ କରି ସମୁଦାୟ ୩ଟି ସ୍ବର୍ଣ୍ଣ, ୩ ରୌପ୍ୟ ଏବଂ ୪ କାଂସ୍ୟ ପଦକ ସହ ୧୦ଟି ପଦକ ଲାଭ କରିଛନ୍ତି। କରନ୍‌ ତରିଆ ଅଣ୍ଡର-୧୪ ବାଳକ ବର୍ଗର ୮୦୦ମିଟର ଦୌଡ଼ରେ ସ୍ବର୍ଣ୍ଣ, ସ୍ନିଗ୍ଧା ସୌଜନ୍ୟା ମିଶ୍ର ଅଣ୍ଡର-୧୪ ବାଳିକା ୮୦୦ ମିଟର ଦୌଡ଼ରେ ରୌପ୍ୟ, ରାଜ ସଲିବ ବାର୍ଲା ଅଣ୍ଡର-୧୭ ବାଳକ ବର୍ଗ ୮୦୦ ମିଟର ଦୌଡ଼ରେ ସ୍ବର୍ଣ୍ଣ, ପିୟୁଷ ସେଠ ଅଣ୍ଡର-୧୭ ବାଳକ ବର୍ଗ ଟ୍ରିପଲ ଜମ୍ପରେ କାଂସ୍ୟ, ଆଶୁତୋଷ କୁମାର ସିଂହ ଅଣ୍ଡର-୧୯ ବାଳକ ବର୍ଗ ଜେଭ୍‌ଲିନ୍‌ ଥ୍ରୋରେ କାଂସ୍ୟ, ରଜନୀ ଭୋଇ ଅଣ୍ଡର-୧୭ ବାଳିକା ବର୍ଗ ୨୦୦ମିଟର ଦୌଡ଼ରେ ରୌପ୍ୟ, ଅଣ୍ଡର୍‌-୧୭ ବାଳକ ବର୍ଗ ରିଲେ ରେସ୍‌ରେ ରୌପ୍ୟ, ଅଣ୍ଡର୍‌-୧୯ ବାଳକ ବର୍ଗ ରିଲେ ରେସ୍‌ରେ କାଂସ୍ୟ, ଅଣ୍ଡର-୧୭ ବାଳିକା ବର୍ଗ ରିଲେ ରେସରେ କାଂସ୍ୟ, ଅଣ୍ଡର-୧୭ ବାଳିକା ବର୍ଗ ରିଲେ ରେସ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ବୋଲି ବିକାଶ ଆବାସିକ ବିଦ୍ୟାଳୟର କ୍ରୀଡ଼ା ବିଭାଗର ମୁଖ୍ୟ ତଥା ସିବିଏସ୍‌ଇ ପର୍ଯ୍ୟବେକ୍ଷକ ପିତାମ୍ବର ପ୍ରଧାନ ସୂଚନା ପ୍ରଦାନ କରିଛନ୍ତି। ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇଥିବା କ୍ରୀଡ଼ାବିତ୍‌ମାନେ ଜାତୀୟ ସ୍ତରକୁ ଉତ୍ତୀର୍ଣ୍ଣ ହୋଇ ବାରଣାସୀର ଅତୁଳାନନ୍ଦ କନ୍‌ଭେଣ୍ଟରେ ଅକ୍ଟୋବର ୬ରୁ ୧୦ ତାରିଖ ଯାଏ ହେବାକୁ ଥିବା ନ୍ୟାଶନାଲ ଆଥ୍‌ଲେଟିକ୍‌ ମିଟ୍‌ରେ ଭାଗ ନେବେ। ଏହି ସଫଳତା ପାଇଁ କ୍ରୀଷ୍ଣା ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍‌ ଡି. ମୁରଲୀ କ୍ରୀଷ୍ଣା, ମ୍ୟାନେଜିଂ ଡାଇରେକ୍ଟର ବିବେକ ଦାଶରୀ, ଡାଇରେକ୍ଟର ଡଃ ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଆବାସିକ ବିଦ୍ୟାଳୟର ଏକ୍‌ଜିକ୍ୟୁଟିଭ ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ସିନିୟର ସେକେଣ୍ଡାରୀ ଶାଖାର ଅଧ୍ୟକ୍ଷ ଚିତ୍ତରଞ୍ଜନ ପତି, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ନାରାୟଣ ରଥ, ଆବାସିକ ବିଦ୍ୟାଳୟର ଉପାଧ୍ୟକ୍ଷ ପ୍ରଦୀପ କୁମାର ସାହୁ କୃତୀ ଛାତ୍ରୀଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri