Categories: ଜାତୀୟ

ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ, ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର, ୧୧।୬ : ଜମ୍ମୁ-କଶ୍ମୀରର ପୁଲଓ୍ବାମାର ଦ୍ରବଗ୍ରାମରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଗୁପ୍ତ ସୂଚନା ଆଧାରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା।

ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାର୍କମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। କିଛି ଆତଙ୍କବାଦୀ ଲୁଚି ଥିବା ଅନୁମାନ କରି ମିଳତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share