ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ ଅନ୍ତର୍ଭୁକ୍ତୀକରଣ, ଆର୍ଥିକ ସାକ୍ଷରତା ଓ ଡିଜିଟାଲ ପେମେଣ୍ଟ ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଏସ୍‌ଏଲ୍‌ବିସି ବୈଠକ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ସେହିଭଳି ୟୁକୋ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏସ୍‌ଏଲ୍‌ବିସି ଓଡ଼ିଶାର ଅଧ୍ୟକ୍ଷ ବିଜୟ କୁମାର ନିବୃତି କାମ୍ବଲେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ବାଗତ କରିବା ସହ ବାର୍ଷିକ ଋଣ ଯୋଜନା, ସିଡି ଅନୁପାତ, ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଏବଂ ସାମାଜିକ ସୁରକ୍ଷା ଯୋଜନାର ସଫଳତା ରୂପାୟନ ଉପରେ ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଅପରପକ୍ଷରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱରର ଆଞ୍ଚଳିକ ନିର୍ଦ୍ଦେଶକ ଡ. ସାରଦା ପ୍ରସନ୍ନ ମହାନ୍ତି ରିଜର୍ଭ ବ୍ୟାଙ୍କର ନୀତି, ପ୍ରାଥମିକତା କ୍ଷେତ୍ର ଲକ୍ଷ୍ୟ ଏବଂ ରାଜ୍ୟର ସିଡି ଅନୁପାତରେ ଉନ୍ନତି ଉପରେ ଆଲୋକପାତ କରିଥିଲେ। ଏପରିକି ସ୍କୁଲ ଓ କଲେଜ ସ୍ତରରେ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଓ ଆର୍ଥିକ ସାକ୍ଷରତା ଅଭିଯାନ ସମ୍ପର୍କରେ ମଧ୍ୟ ସେ ବିସ୍ତୃତ ଭାବେ ସୂଚନା ଦେଇଥିଲେ। ସେହିପରି ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓଡ଼ିଶା ରାଜ୍ୟର ଭିଜନ ୨୦୩୬ ଓ ୨୦୪୭ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଡିଜିଟାଲ ସାକ୍ଷରତା ଏବଂ ଡିଜିଟାଲ ମୁଦ୍ରାର ଗୁରୁତ୍ୱ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ। ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ନାବାର୍ଡର ସିଜିଏମ୍‌ ଡ. ସୁଧାଂଶୁ କେ.କେ.ମିଶ୍ର ଏବଂ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଏସିପି, ଫସଲ ଋଣ, କୃଷି ମିଆଦୀ ଋଣ, କେସିସି ସାଚୁରେସନ ଏବଂ ସରକାରଙ୍କ ପ୍ରାୟୋଜିତ ଯୋଜନାର ବିଭିନ୍ନ ଦିଗ ଉପରେ ନିଜର ମତାମତ ରଖିଥିଲେ। ଏହି ପରିପ୍ରେକ୍ଷୀରେ କୃଷି ନିର୍ଦ୍ଦେଶକ ଓ ଶିଳ୍ପ ନିର୍ଦ୍ଦେଶକମାନେ ମଧ୍ୟ ନିଜ ନିଜ ବିଭାଗ ଉପରେ ମତ ରଖିଥିଲେ। ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି ଓଡ଼ିଶାର ଆବାହକ ଗୌତମ ପାତ୍ର ୨୦୨୩-୨୪ ଆର୍ଥିକ ବର୍ଷ ଏବଂ ୨୦୨୪ ଜୁନ୍‌ରେ ଶେଷ ହୋଇଥିବା ତ୍ରୈମାସିକ ପାଇଁ ସମସ୍ତ ବ୍ୟାଙ୍କର ପ୍ରଦର୍ଶନ ସମ୍ପର୍କରେ ଆଲୋଚନା କରିଥିଲେ। ପରିଶେଷର ସିଜିଟିଏମ୍‌ଏସ୍‌ଇ, ସରସେଇ, ରାଜ୍ୟସ୍ତରୀୟ ବୀମା କମିଟି ଏବଂ ସରକାରୀ ବିଭାଗର ପ୍ରତିନିଧିମାନେ ନିଜ ନିଜ ସେବା କ୍ଷେତ୍ର ଉପରେ ନିଜର ମତବ୍ୟକ୍ତ କରିଥିଲେ। ଏହି ଅବସରରେ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି ଓଡ଼ିଶା ପ୍ରଭାରୀ ଲିଙ୍ଗରାଜ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୫।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ସାମନ୍ତରାପୁରରେ ଖିମଜୀ ଜୁଏଲର୍ସର ନୂତନ ଆଉଟଲେଟ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ସାମନ୍ତରାପୁର ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଖିମ୍‌ଜୀ ଜୁଏଲର୍ସର ଚେୟାରମ୍ୟାନ ଦିନେଶ ଖିମ୍‌ଜୀ...

ରପ୍ତାନିକୁ ପ୍ରଭାବିତ କରୁଛି କଣ୍ଟେନର ଅଭାବ

ଭୁବନେଶ୍ୱର,୧୬।୯, (ଅନୁରାଧା ମହାରଣା): ମାଲ ପରିବହନ ବୃଦ୍ଧି, କଣ୍ଟେନର ଅଭାବ ଏବଂ ପ୍ରମୁଖ ରପ୍ତାନି ତଥା ବିଦେଶୀ ପରିବହନକାରୀଙ୍କ ଉପରେ ନିର୍ଭରଶୀଳତା ଦେଶର ରପ୍ତାନି କ୍ଷେତ୍ରରେ...

ୟୁକୋ ବ୍ୟାଙ୍କର ହାରାହାରି ୩୪% ମହିଳା କର୍ମଚାରୀ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ ୟୁକୋ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ସର୍ବଭାରତୀୟ ୟୁକୋ ବ୍ୟାଙ୍କ ଅଧିକାରୀ ସଙ୍ଗଠନ) ପକ୍ଷରୁ ଏକ ଦିନିକିଆ ମହିଳା ଅଧିକାରୀଙ୍କ ଜାତୀୟ...

ଟାଟା ମୋଟର୍ସର ଫେଷ୍ଟିଭାଲ ଅଫ୍‌ କାର୍‌ସ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ରିହାତି ଅଫର ‘ଫେଷ୍ଟିଭାଲ ଅଫ୍‌ କାର୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପୂର୍ବରୁ...

୭୩% ଭାରତୀୟ ଗ୍ରାହକଙ୍କ ପସନ୍ଦ ଅନ୍‌ଲାଇନ ଶପିଂ

ନୂଆଦିଲ୍ଲୀ,୧୫।୯ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ଓ ଅନ୍ୟାନ୍ୟ ସମସ୍ୟା ପାଇଁ ସବୁ ବର୍ଗର ଭାରତୀୟ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ କିଣାକିଣି କରିବାକୁ ଅଧିକ ପସନ୍ଦ କରୁଛନ୍ତି।...

ଫ୍ଲିପ୍‌କାର୍ଡରେ ଜବରଦସ୍ତ ଅଫର୍‌: ଶସ୍ତାରେ ମିଳିବ ଏହି ୨୪ ସ୍ମାର୍ଟଫୋନ

ଆଗକୁ ଆସୁଛି ପାର୍ବଣ ଋତୁ। ଏଥର ଫ୍ଲିପକାର୍ଟ ଏବଂ ଆମାଜନ ଏକ ବମ୍ପର ସେଲ୍‌ ଆରମ୍ଭ ହେବାକୁ ଯାଉଛି। ଫ୍ଲିପକାର୍ଟ ବିଗ୍‌ ବିଲିୟନ ଡେ’ରେ ଗ୍ରାହକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri