ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୧।୯:ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଥିବାରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଫଳରେ ଏହି ପଦଟି ଖାଲି ପଡିଥିଲା।
ସୂଚନାଯୋଗ୍ୟ,ବିଜେଡି ପକ୍ଷରୁ ବୁଧବାର ବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା କରାଯାଇଥିଲା। ଫଳରେ ସେ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇ ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ।

Share