Posted inଜାତୀୟ

ମୋଦି ସରକାର ଯୁବବର୍ଗଙ୍କ ସ୍ବପ୍ନକୁ ମାରିଦେଇଥିବାରୁ ଆତ୍ମହତ୍ୟା ବଢ଼ୁଛି: କଂଗ୍ରେସ

ନୂଆଦିଲ୍ଲୀ,୨୯ା୯(ପି.ଟି.):ବେରୋଜଗାରୀ ବୃଦ୍ଧି ପାଉଥିବାରୁ କଂଗ୍ରେସ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛି। ଏହି ସରକାର ଦେଶର ଯୁବବର୍ଗଙ୍କ ଆଶା ଓ ସ୍ବପ୍ନକୁ ଦଳିଦେଇଥିବାରୁ ସେମାନଙ୍କ ମଧ୍ୟରେ ଆତ୍ମହତ୍ୟା ବୃଦ୍ଧି ପାଉଛି ବୋଲି କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଅଭିଯୋଗ କରିଛନ୍ତି। ଜନସାଂଖିକ ବିଭାଜନ ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ସରକାର ଏହାକୁ ଜନସାଂଖିକ ବିପର୍ଯ୍ୟୟରେ ପରିଣତ କରିଛନ୍ତି। ଯୁବବର୍ଗଙ୍କ ମଧ୍ୟରେ ଆତ୍ମହତ୍ୟା ହାର ବଢ଼ୁଥିବାବେଳେ ସରକାର ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ତଥ୍ୟରେ ଜାଲିଆତି କରିବାକୁ ଚାହିଁପାରନ୍ତି ବୋଲି ଜୟରାମ ଆଶଙ୍କା ବ୍ୟକ୍ତ କରିଛନ୍ତି। ବେରୋଜଗାରୀ ଦେଶର ଏକ ବଡ଼ ସମସ୍ୟା ହୋଇଛି। ଇଞ୍ଜିନିୟରିଂ ଡିଗ୍ରୀଧାରୀଙ୍କ ସମେତ ବହୁସଂଖ୍ୟାରେ ଉଚ୍ଚଶିକ୍ଷିତ ଆନୁଷ୍ଠାନିକ ନିଯୁକ୍ତି ପାଇବାରେ ବିଫଳ ହୋଇ କୁଲି କାମ ଆପଣାଇବାକୁ ବାଧ୍ୟ ହେଉଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିଲ୍ଲୀର ଆନନ୍ଦ ବିହାର ଟର୍ମିନାଲଠାରେ କୁଲିମାନଙ୍କ ସହ ଆଲୋଚନାରୁ ଜାଣିବାକୁ ପାଇଥିଲେ ବୋଲି ଜୟରାମ କହିଛନ୍ତି। ମୋଦି ସରକାର ପର୍ଯ୍ୟାପ୍ତ ନିଯୁକ୍ତି ପ୍ରଦାନ କରିବାରେ ବିଫଳ ହୋଇଥିବାରୁ ଏଭଳି ସ୍ଥିତି ଉପୁଜିଛି। ୨୦୧୯-୨୦ ତୁଳନାରେ ୨୦୨୧-୨୨ରେ ଫର୍ମାଲ ସେକ୍ଟରରେ ନିଯୁକ୍ତି ୫..୩ ପ୍ରତିଶତ କମିଥିବା କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫ୍‌ଓ) ତଥ୍ୟରୁ ଜଣାପଡ଼ିଛି। ସେହିପରି ଆନୁଷ୍ଠାନିକ ନିଯୁକ୍ତିଦାତାଙ୍କ ସଂଖ୍ୟା ମଧ୍ୟ ୧୦.୫ ପ୍ରତିଶତ ହ୍ରାସ ପାଇଛି। ଅଜିମ୍‌ ପ୍ରେମ୍‌ଜୀ ୟୁନିଭର୍ସିଟି ପକ୍ଷରୁ ନିକଟରେ ପ୍ରକାଶ ପାଇଥିବା ତଥ୍ୟରେ ୨୫ ବର୍ଷରୁ କମ୍‌ ବେରୋଜଗାରୀ ଗ୍ରାଜୁଏଟ୍‌ଙ୍କ ସଂଖ୍ୟା ୨୦୨୧-୨୨ରେ ୪୨ ପ୍ରତିଶତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri