Posted inରାଜ୍ୟ

୬ ମାସ ଛୁଟିରେ ଗଲେ ସୁଜାତା କାର୍ତିକେୟନ

ଭୁବନେଶ୍ୱର,୭।୬: ଛଅ ମାସ ଛୁଟିରେ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତିକେୟନ। ନଭେମ୍ବର ୨୬ ତରିଖ ଯାଏଁ ସୁଜାତା ଛୁଟିରେ ରହିବେ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି କାରଣ ଦର୍ଶାଇ ସେ ଛୁଟିରେ ରହିଥିବା ଜଣାପଡିଛି।

ଗତ ସାଧାରଣ ନିର୍ବାଚନ ସମୟରେ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିବା ସୁଜାତା ନିଜର କ୍ଷମତାର ଦୁରୁପଯୋଗ କରି ନିର୍ବାଚନୀ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଅଭିଯୋଗ ପରେ ତାଙ୍କୁ ଅର୍ଥ ବିଭାଗକୁ ବଦଳି କରିଥିଲେ ଆୟୋଗ।

ସୂଚନାଯୋଗ୍ୟ ସୁଜାତା ହେଉଛନ୍ତି ବିଜେଡି ନେତା ତଥା ପୂର୍ବତନ ଆଇଏଏସ ଅଧିକାରୀ କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ। ତେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା, ଫାଇଭ ଟି ଅଧ୍ୟକ୍ଷ ଏବଂ ନୂଆ ଓ ମୁଖ୍ୟ ଥିବା କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ ଗତ କିଛି ମାସ ହେବ ଓଡ଼ିଶା ରାଜନୀତି ସରଗରମ ରହିଥିଲା। ରାଜ୍ୟରେ ବିଜେଡିର ବଡ଼ ପରାଜୟ ପାଇଁ ସେ ଏକମାତ୍ର କାରଣ ବୋଲି ଚର୍ଚ୍ଚା ହେଉଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri