ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଅବସରରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସଭା ସଦସ୍ୟା ମମତା ମହାନ୍ତ, ବିଧାୟକ ବାବୁ ସିଂହ, ରାଜ୍ୟ ସାଧାରଣ ସମ୍ପାଦକ ଶାରଦା ଶତପଥୀ, ଯତୀନ ମହାନ୍ତି ପ୍ରମୁଖ ସୁଜିତ୍‌ କୁମାରଙ୍କୁ ସ୍ବାଗତ ଜଣାଇଛନ୍ତି। ମନମୋହନ କହିଛନ୍ତି, ସୁଜିତ୍‌ କୁମାର ରାଜ୍ୟ ସଭାରେ ଓଡ଼ିଶାର ପ୍ରତିନିଧିତ୍ୱ କରିଥିବା ଜଣେ ପ୍ରତିଭାବାନ୍‌ ଓ କର୍ମଠ ବ୍ୟକ୍ତି। ସୁଜିତ୍‌ କୁମାର କହିଛନ୍ତି, ବିକଶିତ ଓଡ଼ିଶା ଏବଂ ବିଶେଷ ଭାବେ କଳାହାଣ୍ଡି ଜିଲାର ସାମଗ୍ରିକ ବିକାଶ ମୋର ପ୍ରାଥମିକତା। ରାଜ୍ୟବାସୀଙ୍କ ସେବା ପାଇଁ ସୁଯୋଗ ଦେଇଥିବାରୁ ଭାଜପାକୁ ଧନ୍ୟବାଦ ଦେବା ସହ ଓଡ଼ିଶାର ପ୍ରଗତି ପାଇଁ ଦଳର ସାଧାରଣ କାର୍ଯ୍ୟକର୍ତ୍ତା ଭାବେ କାମ କରିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri