ନବନିର୍ବାଚିତ ସଭାପତିଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା: ସଂଗଠନକୁ ସୁଦୃଢ଼ କରିବାକୁ ସୁକଦେବଙ୍କ ଆହ୍ବାନ

ପାଟଣା,୮।୨(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ ଶନିବାର ଜିଲା ଭାଜପା ସଭାପତି ସୁକଦେବ ମହାନ୍ତଙ୍କୁ ପାଟଣା ବ୍ଲକ ଛକରୁ ଶୋଭାଯାତ୍ରାରେ ନିଆଯାଇଥିଲା। ଏହାପରେ ଭାଜପା ପକ୍ଷରୁ ସଅଁରାପଶି ପଡିଆରେ ସମ୍ବର୍ଦ୍ଧନା ସଭାରେ ଦଳର ଚ୍ଛାମୁଆ ନେତାମାନେ ପୁଷ୍ପଗୁଚ୍ଛ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଆୟୋଜିତ ସମ୍ବର୍ଦ୍ଧନା ସଭା ପାଟଣା ଭାଜପା ମଣ୍ଡଳ ସଭାପତି ବଜ୍ର ବନ୍ଧୁ ସେଠୀ ଅଧ୍ୟକ୍ଷତାରେ ନବନିର୍ବାଚିତ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ ଯୋଗଦେଇ ଦଳ ପାଇଁ ସମସ୍ତେ ଏକାଠି ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।
ଏଥିରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଜିଲା ଯୁବମୋର୍ଚ୍ଚା ସଭାପତି ସବୀର ଦାଶ, ଏମପିଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ମହିଳା ମୋର୍ଚ୍ଚା ଜିଲା ସାଧାରଣ ସମ୍ପାଦକ ସୋମବାରି ମୁଣ୍ଡା, ଜିଲା କୃଷକ ମୋର୍ଚ୍ଚା ସମ୍ପାଦକ ଡମ୍ବରୁଧର ମହାନ୍ତ, ସଂଖ୍ୟା ଲଘୁ ଜିଲା ଉପସଭାପତି ମାନସୁର୍‌ ଆଲାମ, ପୂର୍ବତନ ମଣ୍ଡଳ ସଭାପତି ରମେଶ ମହାନ୍ତ ପ୍ରମୁଖ ସାମିଲ ହୋଇ ନବନିର୍ବାଚିତ ଜିଲା ସଭାପତି ଶ୍ରୀ ମହାନ୍ତଙ୍କୁ ସମ୍ବର୍ଦ୍ଧିତ କରିବା ସହ ଆଗାମୀ ଦିନରେ ଜିଲାରେ ସଂଗଠନକୁ ଆହୁରି ସୁଦୃଢ କରିବା ପାଇଁ ଉଦବୋଧନ ଦେଇଥିଲେ। ଭାଜପା ବରିଷ୍ଠ ନେତା ଦୁର୍ଗାଚରଣ ନାୟକ, ଲକ୍ଷ୍ମଣ କୁମାର ପତିଟ, ପରମେଶ୍ୱର ପୃଷ୍ଟି ଓ ସଞ୍ଜୟ ପଲେଇ ପ୍ରମୁଖ ଜିଲା ସଭାପତି ଶ୍ରୀ ମହାନ୍ତଙ୍କୁ ବିରାଟକାୟ ଫୁଲମାଳ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି...

ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍‌, ମଧୁପୁର ପିଏଚ୍‌ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା...

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ...

ବରଗଡ଼ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଶୁଭାରମ୍ଭ: ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ…

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ) – ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image