ଶିମଲା,୧୧ ।୧୨: କଂଗ୍ରେସର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ସୁଖବିନ୍ଦର ସିଂ ସୁଖୁ ରବିବାର ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ଏହି ଶପଥ ଗ୍ରହଣ ସମାରୋହ ଦିନ ୧୨ରେ ଅନୁଷ୍ଠିତ ହେବ । ଏହି ସମାରୋହରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବର୍ତ୍ତମାନର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଉପସ୍ଥିତ ରହିପାରନ୍ତି ବୋଲି ଅନୁମାନ କରାଯାଉଛି । ଏହି ଉତ୍ସବରେ ଉପ ମୁଖ୍ୟମନ୍ତ୍ରୀ ଭାବେ ମୁକେଶ ଅଗ୍ନିହୋତ୍ରୀ ବି ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।
ସୂଚନାଯୋଗ୍ୟ, ସୁଖବିନ୍ଦର ସିଂ ସୁଖୁ ହିମାଚଳ ପ୍ରଦେଶର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ କଂଗ୍ରେସ ବିଧାୟକ ଦଳର ବୈଠକରେ ସୁଖବିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବଛା ଯାଇଥିଲା । ବୈଠକରେ ମୁକେଶ ଅଗ୍ନିହୋତ୍ରୀଙ୍କ ନାଁରେ ଉପମୁଖ୍ୟମନ୍ତ୍ରୀ ମୋହର ବାଜିଥିଲା ।