ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା ନିମନ୍ତେ ସୋମବାର ସକାଳୁ ଭୁବନେଶ୍ୱରରୁ ବାହାରି ଦିଲ୍ଲୀ ଏନ୍‌ସିସି ମୁଖ୍ୟାଳୟରେ ପହଞ୍ଚତ୍ଛନ୍ତି। ଓଡ଼ିଶା ଏନ୍‌ସିସି ଡାଇରେକ୍ଟରେଟରୁ ୧୨୭ ଜଣିଆ ଆର୍ମି, ନାଭାଲ ତଥା ଏୟାରଫୋର୍ସ କ୍ୟାଡଟର ଦଳ ରାଜ୍ୟ ତରଫରୁ ଡ୍ରିଲ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଭାଗ ନେଇ ଆସନ୍ତା ଫେବୃୟାରୀ ପ୍ରଥମ ସପ୍ତାହରେ ରାଜ୍ୟକୁ ଫେରିବେ। ପ୍ରଥମ ଥର ପାଇଁ ଏହି ବର୍ଷ ଓଡ଼ିଶା ସରକାର ସମସ୍ତ କ୍ୟାଡେଟ ମାନକୁ ଫ୍ଲାଇଟ ଯୋଗେ ଗୋଟିଏ ଦିନରେ ଦିଲ୍ଲୀରେ ପହଞ୍ଚାଇ ପାରିଛନ୍ତି। ଗଞ୍ଜାମ କଲେଜ ଏନ୍‌ସିସିରୁ ଏହା ପୂର୍ବରୁ ୨୦୧୮ରେ ଜଣେ କ୍ୟାଡେଟ ଏହି ପ୍ୟାରେଡ଼ରେ ଭାଗ ନେଇଥିଲେ। କଲେଜ ଏନ୍‌ସିସି କ୍ୟାଡେଟ କ୍ୟାପଟେନ ସୁମେସ ପଲାଇ ବରପଲ୍ଲି ଗ୍ରାମର ହୋଇଥିବା ବେଳେ ଏହି କଲେଜ୍‌ରେ ରାଜନୀତି ବିଜ୍ଞାନର ଶେଷ ବର୍ଷ ଛାତ୍ର। ଏହି ବର୍ଷ ସେ ଗାର୍ଡ ଅଫ ଅନର କ୍ୟାଡେଟ ଟିମ୍‌ର ସଦସ୍ୟ ଭାବେ ଜାନୁୟାରୀ ୨୬ ସାଧାରଣତନ୍ତ୍ର ପ୍ୟାରେଡ଼ରେ ଭାଗ ନେବେ। ଏହି ସଫଳତା ପାଇଁ ସେ ନିଜ ଏନ୍‌ସିସି ଅଫିସର ସବ୍‌-ଲେଫ୍ଟନାଣ୍ଟ ଡ଼. ଦୁର୍ଗା ପ୍ରସାଦ ଦାଶଙ୍କ ସହଯୋଗ ଓ ପ୍ରେରଣା ପାଇଁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କର ଏହି ସଫଳତା ପାଇଁ କଲେଜ ଅଧ୍ୟକ୍ଷ ସୀମାଞ୍ଚଳ ଭୋଳ, ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ତଥା ପ୍ରାଧ୍ୟାପକ ଅମର ପ୍ରସାଦ ବିଷୋୟୀ, କ୍ୟାଡେଟ ସୁମେଶ ଏବଂ କଲେଜ ଏନ୍‌ସିସି ନାଭାଲ ଅଫିସର ସବ୍‌-ଲେଫ୍ଟନାଣ୍ଟ ଡ଼.ଦୁର୍ଗା ପ୍ରସାଦ ଦାଶଙ୍କୁ ଶୁଭେଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଲ୍‌ ପୈଠ କରି ନ ଥିଲେ ବି ବିଦ୍ୟୁତ୍‌ କାଟ ହେବନ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟର ତାପମାତ୍ରା ଏବେ ଅଧିକାଂଶ ଜିଲାରେ ୪୦ ଡିଗ୍ରୀରୁ ଅଧିକ ରହୁଛି। ଏଭଳି ସ୍ଥିତିରେ ଏକାଧିକ...

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image