ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ୮ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୨୭ ତାରିଖ ଅର୍ଥାତ୍‌ ଶନିବାର ୧୧ଟି ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ୧୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ସେହିପରି ୨୮ ତାରିଖରେ ସାରା ରାଜ୍ୟରେ ନିଆଁ ବର୍ଷା ହୋଇପାରେ । ଏନେଇ ୧୮ ଜିଲାକୁ ରେଡ ୱାର୍ଣ୍ଣିଂ ଓ ୧୨ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏପରିକି ଖରାକୁ ନ ଯିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଏପରି କି ୨୯ ଓ ୩୦ ତାରିଖରେ ୮ଟି ଜିଲାରେ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ହେବା ନେଇ ଆକଳନ କରାଯାଇଛି । ୧୫ ଜିଲାକୁ ଅରେଞ୍ଜ ୱାଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷେ ମଧ୍ୟାହ୍ନରେ ରେକର୍ଡ ହୋଇଥିବା ତାପମାତ୍ରାରୁ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ବୋଲି ଜଣାପଡିଛି।

Share