ଶୁଖିବାକୁ ଲାଗିଛି ସୁନାମୁହିଁ ଜଳଭଣ୍ଡାର

ଖଣ୍ଡପଡ଼ା,୧୦ା୧୧(ଅଜୟ କୁମାର ମହାରଣା): ରାଜରାଜୁଡ଼ା ଅମଳରୁ ଖଣ୍ଡପଡ଼ା ସହରର ଉପକଣ୍ଠରେ ନିର୍ମାଣ ହୋଇଥିବା ସୁନାମୁହିଁ ଡ୍ୟାମ୍‌ ଏବେ ଶୁଖିବାକୁ ଲାଗିଛି। ଖଣ୍ଡପଡ଼ା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ସୁନାମୁହିଁ ଜଳଭଣ୍ଡାରର ଜଳଧାରଣ କ୍ଷମତା ସମୟାନୁକ୍ରମେ ହ୍ରାସ ପାଇବାରେ ଲାଗିଛି। ବର୍ଷା ଋତୁ ଯାଇ ଏବେ ଶୀତଋତୁ ଆରମ୍ଭରୁ ସୁନାମୁହିଁ ଜଳଭଣ୍ଡାରର ଚତୁଃପାର୍ଶ୍ୱ ଶୁଖିବାକୁ ଲାଗିଲାଣି। ଉକ୍ତ ଜଳଭଣ୍ଡାର ଉପରେ ନିର୍ଭର କରୁଥିବା ଚାଷ ଜମିଗୁଡିକ କ୍ଷତିଗ୍ରସ୍ତ ହେବାର ଆଶଙ୍କା ପ୍ରକାଶ ପାଇଛି। ବର୍ଷ ବର୍ଷ ଧରି ସୁନାମୁହିଁ ଜଳ ଭଣ୍ଡାରରୁ ପଙ୍କୋଦ୍ଧାର କରାଯାଇନାହିଁ। ଜଳଭଣ୍ଡାରରେ ଜଳଧାରଣ କ୍ଷମତା କମିବାରେ ଲାଗିଛି। ଉକ୍ତ ଜଳଭଣ୍ଡାରରୁ ଚାଷ ଜମିଗୁଡିକୁ ସଂଯୋଗ କରାଯାଇଥିବା କେନାଲଗୁଡିକ ମଧ୍ୟ ଶୁଖିଲା ପଡିଛି। ଏକଦା ଖଣ୍ଡପଡ଼ା ଅଞ୍ଚଳର ହଜାର ହଜାର ଚାଷୀ ପରିବାରଙ୍କ ପାଇଁ ଜୀବନରେଖା ପାଲଟିଥିବା ଏହି ଜଳଭଣ୍ଡାରରୁ ପଙ୍କୋଦ୍ଧାର ସହ ଏହାର ପାରିପାର୍ଶ୍ୱିକ ଉନ୍ନତୀକରଣ ନିମନ୍ତେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଖଣ୍ଡପଡ଼ା ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri