ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଥିବା ସୂଚନା ମିଳିଛି।
ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣି ଗତ ୨୯ ତାରିଖରେ ବିଜେଡି ଛାଡି ଥିଲେ ସୁନନ୍ଦା। ସେ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ମାତ୍ର ଦଳ ଏହି ନିର୍ବାଚନରେ ତାଙ୍କୁ ଟିକେଟ ଦେଇ ନ ଥିଲା।