ରବିବାର ବାତ୍ୟା

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତର ରୂପ ନେବ। ୮ତାରିଖ ସା ସୁଦ୍ଧା ଏହା ବାତ୍ୟା ରୂପ ନେବାର ଆଶଙ୍କା କରିଛି ବିଭାଗ। ଏହି ଅବପାତ ରବିବାର ବାତ୍ୟାର ରୂପ ନେଇ କ୍ରମଶଃ ଉତ୍ତର ପଶ୍ଚିମ ଦିଗକୁ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତରଆନ୍ଧ୍ର ଓ ଓଡ଼ିଶା ଉପକୂଳ ୧୦ ତାରିଖରେ ଛୁଇଁବ । ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନା ଦେଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ନଯିବ ପାଇଁ ପରାମର୍ଶ ଦିଆଯାଇଛି ।

 

Share