‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ ଭାବେ ଏକ ଆକ୍ସନ ଡ୍ରାମା ଫିଲ୍ମ ହେବ। ଏଥିରେ ସନ୍ନି ଦେଓଲଙ୍କ ସହ ପ୍ରୀତି ଜିଣ୍ଟାଙ୍କ ଜବରଦସ୍ତ ଯୋଡ଼ି ଦେଖିବାକୁ ମିଳିବ। ଦୀର୍ଘଦିନ ପରେ ପ୍ରୀତି ଚଳଚ୍ଚିତ୍ରକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ଆମୀର ଖାନ୍‌ ଏବଂ ରାଜକୁମାର ସନ୍ତୋଷୀଙ୍କ ଫିଲ୍ମ ’ଲାହୋର ୧୯୪୭’ ରିଲିଜକୁ ନେଇ ଏକ ବଡ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ୨୦୨୫ ଗଣତନ୍ତ୍ର ଦିବସ ଅବସରରେ ଆମୀର ଖାନ୍‌, ରାଜକୁମାର ସନ୍ତୋଷୀ ଏବଂ ସନ୍ନି ଦେଓଲଙ୍କ ଫିଲ୍ମ ’ଲାହୋର ୧୯୪୭’ ରିଲିଜ ହେବ। ଚଳିତ ବର୍ଷ ଫିଲ୍ମର ଶୁଟିଂ ଆରମ୍ଭ ହୋଇଛି। ଚଳିତ ବର୍ଷ ଜୁନ ସୁଦ୍ଧା ଫିଲ୍ମର ଶୁଟିଂ ଶେଷ ହେବେ। ଚଳଚ୍ଚିତ୍ରରେ ସନ୍ନି ଦେଓଲ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ ଏବଂ ଆମୀର ଖାନ୍‌ଙ୍କୁ ଏକ କେମିଓ ଭୂମିକାରେ ଦେଖିବାକୁ ମିଳିବ। ପ୍ରୀତିଙ୍କ ବ୍ୟତୀତ ଶବାନା ଆଜ୍‌ମୀ ମଧ୍ୟ ଏହି ଚଳଚ୍ଚିତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ଅଭିମନ୍ୟୁ ସିଂ ଫିଲ୍ମରେ ଭିଲେନ ଭୂମିକାରେ ନଜର ଆସିବେ। ଏହା ବ୍ୟତୀତ ଅଲି ଫଜଲଙ୍କର ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ। ଏହି ଚଳଚ୍ଚିତ୍ରକୁ ରାଜକୁମାର ସନ୍ତୋଷୀ ନିର୍ଦ୍ଦେଶନା ଦେଉଥିବାବେଳେ ଫିଲ୍ମର ନିର୍ମାତା ହେଉଛନ୍ତି ଆମୀର ଖାନ୍‌। ଫିଲ୍ମରେ ସନ୍ନି ଦେଓଲ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍‌କେସ୍‌ରେ ପୁରାଇଲେ

ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍‌ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା...

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ...

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ...

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର...

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image