ଥମୁନି ତାତି,ବଢୁଛନ୍ତି ଅଂଶୁଘାତ ରୋଗୀ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି । ଜିଲାରେ ତାତି ଥମିବାର ନାଁ ନେଉ ନାହିଁ । ଅନ୍ୟବର୍ଷ ତୁଳନାରେ ଏଥର ତାପମାତ୍ରା ସର୍ବାଧିକ ରହୁଛି ବୋଲି ସ୍ଥାନୀୟ ଲୋକେ କହୁଛନ୍ତି । ଜିଲାରେ ଗତ କିଛିଦିନ ହେଲା, ତାପମାତ୍ରା ୪୪ଡିଗ୍ରୀରୁ ତଳକୁ ଖସୁ ନାହିଁ । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁ ଥିବାବେଳେ ଜିଲାରେ ଅଂଶୁଘାତ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ଜିଲାର ବିଭିନ୍ନ ଡାକ୍ତରଖାନାରେ ୮୯୨୦ ରୋଗୀ ଚିକିତ୍ସିତ ହୋଇଛନ୍ତି । ଏବେ ବିଭିନ୍ନ ଡାକ୍ତରଖାନାରେ ୫୮ଜଣ ଅଂଶୁଘାତ ରୋଗୀ ଚିକିତ୍ସାଧୀନ ଅଛନ୍ତି । ତେବେ ଜିଲାରେ ଜଣେ ଅଂଶୁଘାତ ରୋଗୀଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ ସୂଚନା ଦିଆଯାଇଛି । ଅନ୍ୟପଟେ ଆଗକୁ ଏହି ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି । ଶୁକ୍ରବାର ଜିଲାର ଭେଡ଼େନ-ଜାଣ୍ଡୋଲ ଜୀରାନଦୀ କୂଳରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିବାବେଳେ ତାହା ମଧ୍ୟ ଅଂଶଘାତଜନିତ ମୃତ୍ୟୁ ବୋଲି ଅନୁମାନ କରାଯାଉଛି ।

ଜିଲାରେ ଏଭଳି ଭାବେ ଅଂଶୁଘାତ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଥିବା ଯୋଗୁ ଟାଣଖରାରେ ଅର୍ଥାତ୍‌ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ବାହାରେ କାମ ନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ଅଂଶୁଘାତ ତଥା ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଜିଲାପାଳ ଆଦିତ୍ୟ ଗୋୟଲ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri