ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା। ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଗୁରୁବାର ସନ୍ଧ୍ୟାରେ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳେ ଚୂନରା ସେବକ ଶ୍ରୀମନ୍ଦିର ଚୂଡ଼ାକୁ ଯାଇଥିବାବେଳେ ପତିତପାବନ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଦେଖିଥିଲେ। ନୀଳଚକ୍ରରେ ଲାଗିଥିବା ବାନା ଉଡ଼ିବା ସମୟରେ ସ୍ବତଃ ସେଥିରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟଗଣ୍ଠି ବୋଲି କୁହାଯାଇଥାଏ, ଯାହା କ୍ୱଚିତ ଦେଖିବାକୁ ମିଳିଥାଏ। ଶୂନ୍ୟଗଣ୍ଠିକୁ ଖୋଲିବା ସମ୍ଭବପର ହୋଇନଥାଏ। ଏବେ ନୀଳଚକ୍ରରେ ୧୪ହାତିଆ ବାନା ଲାଗୁଥିବାରୁ ବହୁବର୍ଷ ହେବ ଶୂନ୍ୟଗଣ୍ଠି ଦେଖିବାକୁ ମିଳି ନ ଥିଲା। ବାତ୍ୟା କାରଣରୁ ପବନର ବେଗ ଅଧିକ ଥିବାରୁ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଅନୁମାନ କରାଯାଉଛି।

ଚୂନରା ସେବକଙ୍କ କହିବା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ନୀଳଚକ୍ର ବାନାରେ ଧଳାରଙ୍ଗର ବାନା ବନ୍ଧାଯାଇଥିଲା। ଧଳା ମୁଖ୍ୟତଃ ଶାନ୍ତିର ପ୍ରତୀକ। ଓଡ଼ିଶା ପ୍ରତି ଥିବା ବିପଦକୁ ମହାପ୍ରଭୁ ନୀଳଚକ୍ର ବାନାରେ ଶୂନ୍ୟଗଣ୍ଠି କରିଦେଇଛନ୍ତି। ଫଳରେ ବାତ୍ୟା ଦୁର୍ବଳ ହୋଇ ସେତେ କ୍ଷୟକ୍ଷତି କରିନାହିଁ ବୋଲି ସେ କହିଛନ୍ତି। ଲୋକକଥା ଅନୁଯାୟୀ, ଏହି ଶୂନ୍ୟଗଣ୍ଠି ବାନାକୁ ଘରେ ରଖିଲେ ସମସ୍ତ ପ୍ରକାର ଅସୁବିଧା ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri