Categories: ଜାତୀୟ

ରଦ୍ଦ ହେବନି ସିନ୍ଧିଆଙ୍କ ରାଜ୍ୟ ସଭା ସଦ୍ୟସତା ପଦ! ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୭।୭: କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ଏକ ଆଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ସିଦ୍ଧିଆଙ୍କ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ରରେ ତଥ୍ୟ ଲୁଚାଇଥିବା ନେଇ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା। ଯାହାକୁ ହାଇକୋର୍ଟ ଖାରଜ କରିଦେଇଥିଲେ। କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଜ୍ୟୋତିରାଦିତ୍ୟ ଉପରେ ବିଚାରାଧୀନ ଅପରାଧିକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇଥିବା ଅଭିଯୋଗ କରି ତାଙ୍କ ନାମାଙ୍କନପତ୍ରକୁ ଚ୍ୟାଲେଞ୍ଜ କରାଯାଇଥିଲା।

Share