ନୂଆଦିଲ୍ଲୀ,୨୪।୮: କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୧ ଲକ୍ଷ ଅତିକ୍ରମ କରି ସାରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୫୭ ହଜାର ପାର କରି ଗଲାଣି। ଇତି ମଧ୍ୟରେ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଉଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ଯେଉଁ ସହାୟତା ରାଶି ମିଳିବା କଥା ତାକୁ ନେଇ କୌଣସି ଗାଇଡ୍ଲାଇନ ପ୍ରସ୍ତୁତ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି ସବୁ ରାଜ୍ୟର ସ୍ଥିତି ଭିନ୍ନ ଭିନ୍ନ। ତେଣୁ ଏହାକୁ ନେଇ ଗାଇଡ୍ଲାଇନ ପ୍ରସ୍ତୁତ କରିବା ସମ୍ଭବ ନୁହେଁ। ସୂଚନାଯୋଗ୍ୟ, ଏହାକୁ ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିବା ବେଳେ କୋର୍ଟ ଏହାକୁ ଖାରଜ କରି ଦେଇଛନ୍ତି।
Posted inକରୋନା ଭାଇରସ୍, ଜାତୀୟ