Categories: ଜାତୀୟ

ଦିଲ୍ଲୀରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ଉପରେ ମଙ୍ଗବଳାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଏକ ବେଞ୍ଚ ଅଫିସରଙ୍କ ଟ୍ରାନ୍ସଫର ପୋଷ୍ଟିଂ ମାମଲାରେ ଆଣିଥିବା ଅଧ୍ୟାଦେଶର ସାମ୍ବିଧାନିକତାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ସରକାରଙ୍କ ଆବେଦନ ଉପରେ ଶୁଣାଣି କରାଯିବ। ଏହାପୂର୍ବରୁ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଅଧିକାରୀଙ୍କ ପୋଷ୍ଟିଂ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ କେନ୍ଦ୍ର ସରକାରଙ୍କ ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ।

ଏହାପୂର୍ବରୁ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଅଧିକାରୀଙ୍କ ପୋଷ୍ଟିଂ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ଦିଲ୍ଲୀ ସରକାର କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ଏହି ଅଧ୍ୟାଦେଶ ଅସାମ୍ବିଧାନିକ। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ଏଏପି ସରକାର କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ଉପରେ ତୁରନ୍ତ ରୋକ ଲଗାଇବାକୁ ଦାବି କରିଥିଲେ।

 

Share